
କରୋନାରେ ଦେଶରେ ଗତ ୨୪ ଘଂଟାରେ ୪୧,୮୦୬ ନୂଆ ମାମଲା
ନୂଆଦିଲ୍ଲୀ, ଦେଶରେ ଗତ ୨୪ଘଂଟା ମଧ୍ୟରେ ୪୧,୮୦୬ ଟି ନୂଆ କରୋନା ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ମୋଟ ୫୮୧ ଜଣ କରୋନା ରୋଗୀ ପ୍ରାଣ ହରାଇଛନ୍ତି । ଏହା ସହିତ କରୋନା ରୋଗୀଙ୍କ ସଂଖ୍ୟା ବଢି ୩,୦୯,୮୭,୮୮୦ ହୋଇ ଯାଇଛି ।
ଆଜି ସକାଳେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ପ୍ରକାଶିତ ତଥ୍ୟ ଅନୁଯାୟୀ ସକ୍ରିୟ ରୋଗୀଙ୍କ ସଂଖ୍ୟା ୪,୩୨,୦୪୧ ଥିବା ବେଳେ ବର୍ତମାନ ସୁଦ୍ଧା ୪,୧୧,୯୮୯ଜଣ ମୃତ୍ୟୁ ବରଣ କରିଛନ୍ତି ।