
ଭୁବନେଶ୍ୱର, ରାଜ୍ୟରେ କରୋନାରେ ଆଉ ୬୬ ଜଣ ରୋଗୀଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହ ରାଜ୍ୟରେ କରୋନା କାରଣରୁ ମୃତ୍ୟୁ ସଂଖ୍ୟା ବଢି ୪୮୬୧ ହୋଇ ଯାଇଛି ।
ବିଭାଗ ଦ୍ୱାରା ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୧ ଜଣ ଥିବା ବେଳେ ବରଗଡ ଓ ସୁନ୍ଦରଗଡ ଜିଲ୍ଲାରୁ ୧୦ ଜଣ ଲେଖାଏ ମୃତ୍ୟୁବରଣ କରିଛନ୍ତି । ବାଲେଶ୍ବର ଜିଲ୍ଲାରୁ ୮ଜଣ, ସମ୍ବଲପୁୁର ଜିଲ୍ଲାରୁ ୭ ଜଣ ମୃତ୍ୟୁବରଣ କରିଛନ୍ତି । ଭଦ୍ରକ, ମୟୁରଭଂଜ ଜିଲ୍ଲାରୁ ୨-୨ ଜଣ ଲେଖାଏ ମୃତ୍ୟୁବରଣ କରିଛନ୍ତି ବଲାଙ୍ଗୀର, କଟକ, ଗଂଜାମ. ଜଗତସିଂହପୁର, କଳାହାଣ୍ଡି. ପୁରୀ ଜିଲ୍ଲାରୁ ଜଣେ ଲେଖାଏ ମୃତ୍ୟୁବରଣ କରିଛନ୍ତି ।
ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ଯେ ପ୍ରତ୍ୟେକ ଦିନ ଆସୁଥିବା ମୃତ୍ୟୁ ସଂଖ୍ୟା ସେହି ନିର୍ଦିଷ୍ଟ ଦିନର ନୁହେଁ । ବିଭିନ୍ନ ସ୍ତରରେ ଅଡିଟ କରା ଯାଇ ମୃତ୍ୟୁ ସଂଖ୍ୟା ଘୋଷଣା କରା ଯାଉଥିବା ବିଭାଗ ପକ୍ଷରୁ କୁହା ଯାଇଛି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO