
-
୧୫୦୦ କୋଟିରୁ ଅଧିକ ଟଙ୍କାର ବିଭିନ୍ନ ପ୍ରକଳ୍ପର କରିବେ ଉଦଘାଟନ ଓ ଶିଳାନ୍ୟାସ
ମିଳିଥିବା ସୂଚନା ଅନୁସାରେ ଗୁରୁବାର ଦିନ ପୂର୍ବାହ୍ଣ ପ୍ରାୟ ୧୧ଟା ବେଳକୁ ପ୍ରଧାନମନ୍ତ୍ରୀ ବିଭିନ୍ନ ଜନ କଲ୍ୟାଣମୂଳକ କାର୍ଯ୍ୟକ୍ରମର ଶୁଭାରମ୍ଭ କରିବେ । ସେଥି ମଧ୍ୟରେ ବନାରସ ବିଶ୍ୱବିଦ୍ୟାଳୟ ପରିସରରେ ଥିବା ମେଡ଼ିକାଲ କଲେଜ ହସପିଟାଲରେ ୧୦୦ ଶଯ୍ୟାବିଶିଷ୍ଟ ଏମସିଏଚ ୱିଙ୍ଗ୍, ଗୋଡାଉଲିଆ ଠାରେ ଏକ ବିବିଧ ସ୍ତରୀୟ ପାର୍କିଂ ବ୍ୟବସ୍ଥା, ବାରାଣାସୀ ଗାଜିପୁର ଜାତୀୟ ରାଜପଥ ଉପରେ ଏକ ତିନିଲେନ ବିଶିଷ୍ଟ ଫ୍ଲାଏଓଭର ସାମିଲ । ଏହିସବୁ ପ୍ରକଳ୍ପ ପ୍ରାୟ ୭୪୪ କୋଟି ଟଙ୍କା ବ୍ୟୟରେ ନିର୍ମିତ ହୋଇଛି । ସେହିଭଳି ପ୍ରାୟ ୮୩୯ କୋଟି ଟଙ୍କା ବ୍ୟୟରେ ନିର୍ମିତ ହେବାକୁ ଥିବା ଆଉ କେତେଗୋଟି ପ୍ରକଳ୍ପ ଓ ଜନକଲ୍ୟାଣ କାର୍ଯ୍ୟର ପ୍ରଧାନମନ୍ତ୍ରୀ ଶିଳାନ୍ୟାସ କରିବେ । ସେଥିରେ କେନ୍ଦ୍ରୀୟ ପେୋଟ୍ରକେମିକାଲ୍ ଇଞ୍ଜିନିୟରିଂ ଏବଂ ପ୍ରଯୁକ୍ତି ପ୍ରତିଷ୍ଠାନ (ସିପେଟ) ସହାୟତାରେ ପ୍ରତିଷ୍ଠା ହେବାକୁ ଥିବା ଏକ କୌଶଳ ଓ ପ୍ରଯୁକ୍ତି ସହାୟକ କେନ୍ଦ୍ର, ଜଳ ଜୀବନ ମିଶନ ଅଧୀନରେ ୧୪୩ଟି ଗ୍ରାମାଂଚଳ ପ୍ରକଳ୍ପ ଓ ଆମ୍ବ ଓ ଅନ୍ୟାନ୍ୟ ପନିପରିବା ବିକ୍ରୟ ନିମନ୍ତେ କାରଖିଆନଭ ଠାରେ ନିର୍ମିତ ଏକ ସମନ୍ୱିତ କେନ୍ଦ୍ର ସାମିଲ ।ମଧ୍ୟାହ୍ନ ୧୨.୧୫ ମିନିଟ ବେଳେ ପ୍ରଧାନମନ୍ତ୍ରୀ ରୁଦ୍ରାକ୍ଷ ନାମକ ଏକ ଆନ୍ତର୍ଜାତିକ ସହଯୋଗ ଓ ସମ୍ମିଳନୀ କକ୍ଷକୁ ଉଦ୍ଧା୪ଟନ କରିବେ ଯାହା ଜାପାନ ସରକାରଙ୍କ ସହାୟତାରେ ନିର୍ମିତ ହୋଇଛି । ଏହା ପରେ ଅପରାହ୍ନ ୨ଟା ବେଳେ ସେ ବିଏଚୟୁର ମାତୃ ଓ ଶିଶୁ ସହାୟତା କେନ୍ଦ୍ର ପରିଦର୍ଶନ କରିବେ । ଏହି ଅବସରରେ ସେ ସେଠାକାର ଅଧିକାରୀ ଓ ମେଡ଼ିକାଲ କର୍ମଚାରୀମାନଙ୍କ ସହିତ କୋଭିଡ଼ ସଂକ୍ରମଣ ପ୍ରସ୍ତୁତି ସମ୍ପର୍କରେ ସମୀକ୍ଷା କରିବାର କାର୍ଯ୍ୟକ୍ରମ ରହିଛି ।