
ସମ୍ବଲପୁର, ରେଢ଼ାଖୋଲ ଦେହୁରୀ ସାହି ଡିପୋ ଡିପୋ କଲୋନୀର ଏକ ଘର ଭିତରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ମୃତକଙ୍କ ସଠିକ୍ ପରିଚୟ ମିଳିପାରିନଥିବା ବେଳେ ମୃତ୍ୟୁର କାରଣ ମଧ୍ୟ ଅସ୍ପଷ୍ଟ ରହିଛି । ରେଢ଼ାଖୋଲ ଥାନା ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ନିମନ୍ତେ ପଠାଇବା ସହ ଏ ସଂକ୍ରାନ୍ତରେ ଏକ ଅପମୃତ୍ୟୁ ମାମଲା ରୁଜ୍ଜୁ କରି ତଦନ୍ତ ଆରମ୍ଭ କରିଛି ।