
ନୂଆଦିଲ୍ଲୀ, ଦେଶରେ ଗତ ୨୪ଘଂଟା ମଧ୍ୟରେ କୋବିଡ ପାଇଁ ୧୯,୫୫,୯୧୦ ନମୂନାର ପରୀକ୍ଷଣ କରା ଯାଇଛି । ଏହା ସହିତ ଦେଶରେ ବର୍ତମାନ ସୁଦ୍ଧା ୪୪,୦୦,୨୩,୨୩୯ ନମୂନାର ପରୀକ୍ଷଣ କରା ଯାଇଥିବା ଆଇସିଏମଆର ପକ୍ଷରୁ ସୂଚନା ଦିଆ ଯାଇଛିା
କରୋନାରେ ଦେଶରେ ଗତ ୨୪ ଘଂଟାରେ ୩୮,୯୪୯ ନୂଆ ମାମଲା
ନୂଆଦିଲ୍ଲୀ, ଦେଶରେ ଗତ ୨୪ଘଂଟା ମଧ୍ୟରେ ୩୮,୯୪୯ ଟି ନୂଆ କରୋନା ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ମୋଟ ୫୪୨ ଜଣ କରୋନା ରୋଗୀ ପ୍ରାଣ ହରାଇଛନ୍ତି । ଏହା ସହିତ କରୋନା ରୋଗୀଙ୍କ ସଂଖ୍ୟା ବଢି ୩,୦୧,୮୩,୮୭୬ ହୋଇ ଯାଇଛି ।ଆଜି ସକାଳେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ପ୍ରକାଶିତ ତଥ୍ୟ ଅନୁଯାୟୀ ସକ୍ରିୟ ରୋଗୀଙ୍କ ସଂଖ୍ୟା ୪,୩୦,୪୨୨ ଥିବା ବେଳେ ବର୍ତମାନ ସୁଦ୍ଧା ୪,୧୨,୫୩୧ଜଣ ମୃତ୍ୟୁ ବରଣ କରିଛନ୍ତି ।