ବିଭାଗ ଦ୍ୱାରା ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୨ ଜଣ ଥିବା ବେଳେ ବରଗଡ ଜିଲ୍ଲାରୁ ୧୦ ଜଣ ମୃତ୍ୟୁବରଣ କରିଛନ୍ତି । ବାଲେଶ୍ବର ଜିଲ୍ଲାରୁ ୮ଜଣ, ସୁନ୍ଦରଗଡ ଜିଲ୍ଲାରୁ ୭ ଜଣ ମୃତ୍ୟୁବରଣ କରିଛନ୍ତି । ଗଂଜାମ ଜିଲ୍ଲାରୁ ୬ ଜଣ ସଂକ୍ରମିତ ମୃତ୍ୟୁବରଣ କରିଛନ୍ତି । କନ୍ଧମାଳ ଓ ସମ୍ବଲପୁର ଜିଲ୍ଲାରୁ ୨-୨ ଜଣ ଲେଖାଏ ମୃତ୍ୟୁବରଣ କରିଛନ୍ତି । ବୌଦ୍ଧ କଳାହାଣ୍ଡି, ମୟୁରଭଂଜ, କେନ୍ଦ୍ରାପଡା, ନୂଆପଡା, ପୁରୀ, ରାୟଗଡା ଜିଲ୍ଲାରୁ ଜଣେ ଲେଖାଏ ମୃତ୍ୟୁବରଣ କରିଛନ୍ତି ।
ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ଯେ ପ୍ରତ୍ୟେକ ଦିନ ଆସୁଥିବା ମୃତ୍ୟୁ ସଂଖ୍ୟା ସେହି ନିର୍ଦିଷ୍ଟ ଦିନର ନୁହେଁ । ବିଭିନ୍ନ ସ୍ତରରେ ଅଡିଟ କରା ଯାଇ ମୃତ୍ୟୁ ସଂଖ୍ୟା ଘୋଷଣା କରା ଯାଉଥିବା ବିଭାଗ ପକ୍ଷରୁ କୁହା ଯାଇଛି ।