
ଭୁବନେଶ୍ୱର, ରାଜ୍ୟରେ କରୋନାରେ ଆଉ ୬୭ ଜଣ ରୋଗୀଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହ ରାଜ୍ୟରେ କରୋନା କାରଣରୁ ମୃତ୍ୟୁ ସଂଖ୍ୟା ବଢି ୪୯୯୨ ହୋଇ ଯାଇଛି ।ବିଭାଗ ଦ୍ୱାରା ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୪ ଜଣ ଥିବା ବେଳେ ବରଗଡ ଜିଲ୍ଲାରୁ ୧୦ ଜଣ ମୃତ୍ୟୁବରଣ କରିଛନ୍ତି ।ଏହାଛଡ଼ା ଗଞ୍ଜାମ ଜିଲ୍ଲାରୁ ୮ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୭ ଜଣ ପ୍ରାଣ ହରାଇଛନ୍ତି । ପୁରୀ ଓ ମୟୂରଭଞ୍ଜ ଜିଲ୍ଲାରୁ ୬ ଜଣ ଲେଖାଏଁ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ବରଗଡ଼ରୁ ୪ ଓ ନୟାଗଡ଼ରୁ ୩ ଜଣ କରୋନା ସଂକ୍ରମିତଙ୍କ ପ୍ରାଣହାନି ଘଟିଛି । ଅପରପକ୍ଷରେ ଅନୁଗୁଳ, ଭଦ୍ରକ, ବୌଦ୍ଧ, ଗଜପତି, ଜଗତସିଂହପୁର, ଯାଜପୁର, କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାରୁ ଜଣେ ଲେଖାଏଁ ପ୍ରାଣ ହରାଇଛନ୍ତି ।ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ଯେ ପ୍ରତ୍ୟେକ ଦିନ ଆସୁଥିବା ମୃତ୍ୟୁ ସଂଖ୍ୟା ସେହି ନିର୍ଦିଷ୍ଟ ଦିନର ନୁହେଁ । ବିଭିନ୍ନ ସ୍ତରରେ ଅଡିଟ କରା ଯାଇ ମୃତ୍ୟୁ ସଂଖ୍ୟା ଘୋଷଣା କରା ଯାଉଥିବା ବିଭାଗ ପକ୍ଷରୁ କୁହା ଯାଇଛି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO