ଭୁବନେଶ୍ୱର, ରାଜ୍ୟରେ କରୋନାରେ ଆଉ ୬୬ ଜଣ ରୋଗୀଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହ ରାଜ୍ୟରେ କରୋନା କାରଣରୁ ମୃତ୍ୟୁ ସଂଖ୍ୟା ବଢି ୫୦୫୮ ହୋଇ ଯାଇଛି ।ବିଭାଗ ଦ୍ୱାରା ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୩ ଜଣ ଥମୃତ୍ୟୁବରଣ କରିଛନ୍ତି ।ଏହାଛଡ଼ା ଗଞ୍ଜାମ ଜିଲ୍ଲାରୁ ୮ ଓ ମୟୁରଭଂଜ ଏବଂ ସୁନ୍ଦରଗଡ଼ ଜିଲ୍ଲାରୁ ୬-୬ ଜଣ ପ୍ରାଣ ହରାଇଛନ୍ତି । ବୌଦ୍ଧ ଜିଲ୍ଲାରୁ ୫ ଜଣ, ବରଗଡ ଓ ନୟାଗଡରୁ ୩ ଜଣ ଲେଖାଏ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ଗଜପତି, କେନ୍ଦ୍ରାପଡା ଓ ପୁରୀରୁ ୨ -୨ ଜଣ ସଂକ୍ରମିତଙ୍କ ପ୍ରାଣହାନି ଘଟିଛି । ଅପରପକ୍ଷରେ ଅନୁଗୁଳ, ଭଦ୍ରକ, ବଲାଙ୍ଗୀର, ରାୟଗଡା. ଜଗତସିଂହପୁର, ଯାଜପୁର ଓ କନ୍ଧମାଳ ଜିଲ୍ଲାରୁ ଜଣେ ଲେଖାଏଁ ପ୍ରାଣ ହରାଇଛନ୍ତି ।
ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ଯେ ପ୍ରତ୍ୟେକ ଦିନ ଆସୁଥିବା ମୃତ୍ୟୁ ସଂଖ୍ୟା ସେହି ନିର୍ଦିଷ୍ଟ ଦିନର ନୁହେଁ । ବିଭିନ୍ନ ସ୍ତରରେ ଅଡିଟ କରା ଯାଇ ମୃତ୍ୟୁ ସଂଖ୍ୟା ଘୋଷଣା କରା ଯାଉଥିବା ବିଭାଗ ପକ୍ଷରୁ କୁହା ଯାଇଛି ।