
କନ୍ଧମାଳ, କନ୍ଧମାଳ ଜିଲ୍ଲାରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୧୮ଜଣ ନୁଆ କୋଭିଡ ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି । ଏହାକୁ ମିଶାଇ ଜିଲ୍ଲାରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୧,୧୧୧ ରେ ପହଂଚିଛି । ସେମାନଙ୍କ ମଧ୍ୟରୁ ୧୦,୮୬୬ ଜଣ ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଜିଲ୍ଲାରେ କୋଭିଡ ସଂକ୍ରମଣରେ ମୃତୁ୍ୟ ସଂଖ୍ୟା ୬୧ ରହିଛି । ଆଉ ୧୮୪ ଜଣ ସଂକ୍ରମିତ କୋଭିଡ ହସପିଟାଲରେ ଏବଂ ପୃଥକ ବାସରେ ରହି ଚିକିସôିତ ଅବସ୍ଥାରେ ଅଛନ୍ତି । ଆଜିର ସଂକ୍ରମିତ ମାନଙ୍କ ମଧ୍ୟରୁ ଜିଲ୍ଲାର ଫୁଲବାଣୀ ପୌରାଂଚଳରେ ୨ ଜଣ ଏବଂ ଗ୍ରାମାଂଚଳରେ ଜଣେ ରହିଥିବାବେଳେ ଜିଲ୍ଲାର ବାଲିଗୁଡାରେ ଜଣେ,ଦାରିଙ୍ଗବାଡିରେ ୬ ଜଣ,ରାଇକିଆରେ ୩ ଜଣ ଏବଂ ଜିଲ୍ଲାର ଚକାପାଦ,କ.ନୁଆଗାଁ,କୋଟଗଡ,ଟିକାବାଲି ଏବଂ ତୁମୁଡିବନ୍ଧରେ ଜଣେ ଲେଖାଏଁ ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଥିବା ନେଇ ଜିଲ୍ଲା ପ୍ରସାସନ ସୂତ୍ରରୁ ଜଣାପଡିଛି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO