ଚଳିତ ବର୍ଷ ଉଦ୍ୟାନ କୃଷି ନିର୍ଦ୍ଦେଶାଳୟ ପକ୍ଷରୁ ଭୁବନେଶ୍ୱର ସହରର ଏକ ହଜାର ସରକାରୀ ବାସଭବନରେ ୨ଟି ଆମ୍ବ, ୨ଟି ପଣସ ଓ ୨ଟି ବେଲ ଚାରା ସହ ପନିପରିବା ପୁଡ଼ିଆ ଓ ଖତସାର ଇତ୍ୟାଦି ବଂଟନ କରିବା କାର୍ଯ୍ୟକ୍ରମ ଗ୍ରହଣ କରାଯାଇଛି । ଭୁବନେଶ୍ୱରର ସରକାରୀ କ୍ୱାଟରଗୁଡ଼ିକରେ ଥିବା ଖାଲି ଜାଗାରେ ଫଳଗଛ ଲଗାଇବା ଦ୍ୱାରା ପରିବେଶ ସନ୍ତୁଳନ ସହିତ ଗଛର ଛାଇ ଓ ସୁସ୍ୱାଦୁ ଫଳ ପାଇହେବ । ରାଜ୍ୟ ସରକାରଙ୍କ ଏହି ଯୋଜନାରେ ଫଳଗଛ ଚାରା ଯଥା ଆମ୍ବ, ପଣସ ଓ ବେଲ ଚାରା ସହ ପନିପରିବା ମଂଜି କିଟ୍ ଏବଂ ଜୈବିକ ସାର ଓ ଔଷଧ ତଥା ରୋପଣ ବିଧିର ପୁସ୍ତିକା ବିନାମୂଲ୍ୟରେ ଯୋଗାଇଦେବାର ବ୍ୟବସ୍ଥା ରହିଛି । ତେଣୁ ସରକାରଙ୍କ ଏହି ପ୍ରୟାସରେ ସମସ୍ତଙ୍କୁ ଭାଗୀଦାର ହେବା ପାଇଁ ମନ୍ତ୍ରୀ ଡ. ସାହୁ ଆହ୍ୱାନ ଦେବା ସହିତ ଏହି କାର୍ଯ୍ୟକ୍ରମ ଭୁବନେଶ୍ୱରକୁ ସବୁଜସୁନ୍ଦର କରି ଗଢ଼ିତୋଳିବାରେ ସହାୟକ ହେବ ବୋଲି କହିଛନ୍ତି ।
ଏହି ଅବସରରେ ଜନସାଧାରଣଙ୍କ ମଧ୍ୟରେ ବୃକ୍ଷରୋପଣ ତଥା ଫଳଗଛ ଲଗାଇବା ଦିଗରେ ସଚେତନତା ବୃଦ୍ଧି କରିବା ପାଇଁ ଉଦ୍ୟାନ କୃଷି ନିର୍ଦ୍ଦେଶାଳୟର ପ୍ରଚାରଗାଡ଼ିକୁ ମନ୍ତ୍ରୀ ଡ. ସାହୁ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ ।କାର୍ଯ୍ୟକ୍ରମରେ ଉଦ୍ୟାନ କୃଷି ନିର୍ଦ୍ଦେଶକ ରୋହିତ କୁମାର ଲେଙ୍କା, ମୃର୍ତିକା ସଂରକ୍ଷଣ ଓ ଜଳଛାୟା ଉନ୍ନୟନ ନିର୍ଦ୍ଦେଶକ ହେମନ୍ତ କୁମାର ପଣ୍ଡାଙ୍କ ସମେତ ଉଦ୍ୟାନ କୃଷି ନିର୍ଦ୍ଦେଶାଳୟର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।