ଖୋର୍ଧା ଜିଲ୍ଲାରେ ସବୁଠାରୁ ଅଧିକ ୩୦ ଜଣ ମୃତ୍ୟୁବରଣ କରିଛନ୍ତି । ଏମାନଙ୍କ ମଧ୍ୟରେ ଭୁବନେଶ୍ୱରରେ ୨୫ ଜଣ ଅଛନ୍ତି । ପୁରୀ ଜିଲ୍ଲାରେ ୧୧ ଜଣ କରୋନା ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି । ଅନୁଗୁଳ ଜିଲ୍ଲାରେ ୮ ଜଣ ତଥା ମୟୁରଭଂଜ ଜିଲ୍ଲାରେ ୭ ଜଣ ସଂକ୍ରମିତ ମୃତ୍ୟୁବରଣ କରିଛନ୍ତି । କେନ୍ଦୁଝର ଜିଲ୍ଲାରେ ୬ ଜଣ ମୃତ୍ୟୁବରଣ କରିଛନ୍ତି । ଗଂଜାମ, ଜଗତସିଂହପୁର, କନ୍ଧମାଳ, ମାଲକାନଗିରି, ନୂଆପଡା ଓ ସୁନ୍ଦରଗଡ ଜିଲ୍ଲାରେ ଜଣେ ଲେଖାଏ ସଂକ୍ରମିତ ମୃତ୍ୟୁବରଣ କରିଥିବା ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛିା
ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ଯେ ପ୍ରତ୍ୟେକ ଦିନ ଆସୁଥିବା ମୃତ୍ୟୁ ସଂଖ୍ୟା ସେହି ନିର୍ଦିଷ୍ଟ ଦିନର ନୁହେଁ । ବିଭିନ୍ନ ସ୍ତରରେ ଅଡିଟ କରା ଯାଇ ମୃତ୍ୟୁ ସଂଖ୍ୟା ଘୋଷଣା କରା ଯାଉଥିବା ବିଭାଗ ପକ୍ଷରୁ କୁହା ଯାଇଛି ।