
ନୂଆଦିଲ୍ଲୀ,ଦେଶରେ ଗତ ୨୪ଘଂଟା ମଧ୍ୟରେ ୩୯,୭୪୨ ଟି ନୂଆ କରୋନା ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ମୋଟ ୫୩୫ ଜଣ କରୋନା ରୋଗୀ ପ୍ରାଣ ହରାଇଛନ୍ତି ।ଆଜି ସକାଳେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ପ୍ରକାଶିତ ତଥ୍ୟ ଅନୁଯାୟୀ ସକ୍ରିୟ ରୋଗୀଙ୍କ ସଂଖ୍ୟା ୪,୦୮,୨୧୨ ଥିବା ବେଳେ ବର୍ତମାନ ସୁଦ୍ଧା ୪,୨୦,୫୫୧ଜଣ ମୃତ୍ୟୁ ବରଣ କରିଛନ୍ତି ।
କେରଳରେ ଗତ ୨୪ ଘଂଟାରେ ୧୮,୫୩୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ
ତିରୁବନନ୍ତପୁରମ ,କେରଳରେ ଗତ ୨୪ ଘଂଟାରେ ୧୮,୫୩୧ ନୂଆ କରୋନା ସଂକ୍ରମଣର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି ।ଏହା ସହ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୧,୩୮,୧୨୪ ହୋଇ ଯାଇଛି ।
ଆନ୍ଧ୍ର ପ୍ରଦେଶରେ ଗତ ୨୪ ଘଂଟାରେ କରୋନାର ୨,୧୭୪ ନୂଆ ମାମଲା
ହାଇଦ୍ରାବାଦ , ଆନ୍ଧ୍ର ପ୍ରଦେଶରେ ଗତ ୨୪ ଘଂଟାରେ ୨,୧୭୪ ନୂଆ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୨୨,୩୫୮ ହୋଇଛି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO