
ଭୁବନେଶ୍ୱର, ରାଜ୍ୟରେ କରୋନାରେ ଆଉ ୬୨ ଜଣ ରୋଗୀଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହ ରାଜ୍ୟରେ କରୋନା କାରଣରୁ ମୃତ୍ୟୁ ସଂଖ୍ୟା ବଢି ୫୫୭୪ ହୋଇ ଯାଇଛି ।
ଖୋର୍ଧା ଜିଲ୍ଲାରେ ସବୁଠାରୁ ଅଧିକ ୪୨ ଜଣ ମୃତ୍ୟୁବରଣ କରିଛନ୍ତି । ଏମାନଙ୍କ ମଧ୍ୟରେ ଭୁବନେଶ୍ୱରରେ ୨୫ ଜଣ ଅଛନ୍ତି । ସୁନ୍ଦରଗଡ ଜିଲ୍ଲାରେ ୧୦ ଜଣ କରୋନା ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି । କେନ୍ଦୁଝର ଜିଲ୍ଲାରେ ୪ଜଣ ମୃତ୍ୟୁବରଣ କରିଛନ୍ତି । ଯାଜପୁର ଜିଲ୍ଲାରେ ୨ ଜଣ ମୃତ୍ୟୁବରଣ କରିଛନ୍ତି । ସେହିପରି ଗଂଜାମ, ଜଗତସିଂହପୁର, କନ୍ଧମାଳ ଓ ପୁରୀ ଜିଲ୍ଲାରେ ୧-୧ ସଂକ୍ରମିତ ମୃତ୍ୟୁବରଣ କରିଥିବା ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛିା
ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ଯେ ପ୍ରତ୍ୟେକ ଦିନ ଆସୁଥିବା ମୃତ୍ୟୁ ସଂଖ୍ୟା ସେହି ନିର୍ଦିଷ୍ଟ ଦିନର ନୁହେଁ । ବିଭିନ୍ନ ସ୍ତରରେ ଅଡିଟ କରା ଯାଇ ମୃତ୍ୟୁ ସଂଖ୍ୟା ଘୋଷଣା କରା ଯାଉଥିବା ବିଭାଗ ପକ୍ଷରୁ କୁହା ଯାଇଛି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO