
ବେଙ୍ଗାଲୁରୁ , କର୍ଣାଟକରେ ଗତ ୨୪ ଘଂଟାରେ ୧,୦୦୧ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୨୨ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୨୩,୪୧୯ ହୋଇଛି ।
ଆସାମରେ କରୋନାର ୧,୦୫୪ ନୂଆ ମାମଲା
ଦିସପୁର, ଆସାମରେ ଗତ ୨୪ ଘଂଟାରେ କରୋନାର ୧,୦୫୪ ଟି ନୂଆ ମାମଲା ସାମନାକୁ ଆସିଛି । ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢି ୧୩,୯୧୦ ହୋଇଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।