ସୁନ୍ଦରଗଡ ଜିଲ୍ଲାରେ ସବୁଠାରୁ ଅଧିକ ୧୪ ଜଣ ମୃତ୍ୟୁବରଣ କରିଛନ୍ତି । ଖୋର୍ଧା ଜିଲ୍ଲାରେ ୮ ଜଣଙ୍କର ମୃତ୍ୟୁ ଘଟିଛି । ଏମାନଙ୍କ ମଧ୍ୟରେ ଭୁବନେଶ୍ୱରରେ ୩ ଜଣ ଅଛନ୍ତି । ଅନୁଗୁଳ ଓ କଟକ ଜିଲ୍ଲାରେ ୬-୬ ଜଣ କରୋନା ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି । କେନ୍ଦୁଝର ଓ ପୁରୀ ଜିଲ୍ଲାରେ ୫-୫ ଜଣ ମୃତ୍ୟୁବରଣ କରିଛନ୍ତି । ବୌଦ୍ଧ ଓ ସମ୍ବଲପୁର ଜିଲ୍ଲାରେ ୪-୪ ଜଣ ସଂକ୍ରମିତ ମୃତ୍ୟୁବରଣ କରିଛନ୍ତି ।
ଭଦ୍ରକ ଜିଲ୍ଲାରେ ୨ ଜଣ ମୃତ୍ୟୁବରଣ କରିଛନ୍ତି । ସେହିପରି ଯାଜପୁର, ଝାରସୁଗୁଡା, କଂଧମାଳ, କୋରାପୁଟ. ନୟାଗଡ ଜିଲ୍ଲାରେ ୧-୧ ସଂକ୍ରମିତ ମୃତ୍ୟୁବରଣ କରିଥିବା ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛିା
ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ଯେ ପ୍ରତ୍ୟେକ ଦିନ ଆସୁଥିବା ମୃତ୍ୟୁ ସଂଖ୍ୟା ସେହି ନିର୍ଦିଷ୍ଟ ଦିନର ନୁହେଁ । ବିଭିନ୍ନ ସ୍ତରରେ ଅଡିଟ କରା ଯାଇ ମୃତ୍ୟୁ ସଂଖ୍ୟା ଘୋଷଣା କରା ଯାଉଥିବା ବିଭାଗ ପକ୍ଷରୁ କୁହା ଯାଇଛି ।