
ଆଜି ଚିହ୍ନଟ ହୋଇଥିବା ୧୬୨୯ ଜଣଙ୍କ ମଧ୍ୟରୁ ୯୩୯ ଜଣ ସଂଗରୋଧରୁ ହୋଇଥିବା ବେଳେ ୬୯୦ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୩୦ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଦ୍ଧାରୁ ସବୁଠାରୁ ଅଧିକ ୫୩୨ଜଣ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୪୪ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୯୩ ଜଣ, ବରଗଡ଼ରୁ ୧୧ ଜଣ, ଭଦ୍ରକରୁ ୭୬ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ବଲାଙ୍ଗୀରରୁ ୫ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
ବୌଦ୍ଧ ଜିଲ୍ଲାରୁ ୨, କଟକରୁ ୧୬୦, ଦେବଗଡ ଜିଲ୍ଲାରୁ ୯ ଜଣ, ଢେଙ୍କାନାଳ ଜିଲ୍ଲାରୁ ୩୯ ଜଣ, ଗଜପତି ଜିଲ୍ଲାରୁ ୨, ଗଞ୍ଜାମରୁ ୮ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଜଗତସିଂହପୁର ଜିଲ୍ଲାରୁ ୮୪ ଜଣ, ଯାଜପୁରରୁ ୮୪ ଜଣ, ଝାରସୁଗୁଡ଼ାରୁ ୦୫ ଜଣ, କଳାହାଣ୍ଡିରୁ ୫ ଜଣ, କନ୍ଧମାଳ ଜିଲ୍ଲାରୁ ୧୬ ଜଣ. କେନ୍ଦ୍ରାପଡ଼ାରୁ ୪୭ ଜଣ, କେନ୍ଦୁଝରରୁ ୨୯ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
ଖୋର୍ଦ୍ଧାରୁ ୫୩୨ ଜଣ, କୋରାପୁଟରୁ ୪ ଜଣ ସଂକ୍ରମିତ ହୋଇଥିବା ବେଳେ ମାଲକାନଗିରି ଜିଲ୍ଲାରୁ ୫ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ମୟୂରଭଞ୍ଜରୁ ୫୩ ଜଣ, ନବରଙ୍ଗପୁରରୁ ୬ ଜଣ, ନୟାଗଡ଼ରୁ ୩୮ ଜଣ ଚିହ୍ନଟ ହୋଇଥିବା ବେଳେ ନୂଆପଡ଼ାରୁ ୧୦ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ପୁରୀରୁ ୯୬ ଜଣ, ରାୟଗଡ଼ାରୁ ୧୨ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସମ୍ବଲପୁରରୁ ୧୪ ଜଣ, ସୋନପୁରରୁ ୨୨ ଜଣ, ସୁନ୍ଦରଗଡ଼ରୁ ୬୧ ଜଣ ଓ ଷ୍ଟେଟ୍ ପୁଲରୁ ୧୧୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।