
ନୂଆଦିଲ୍ଲୀ, ଉତର ପ୍ରଦେଶର ବାରାବଙ୍କୀ ଜିଲ୍ଲାରେ ଘଟିଥିବା ମର୍ମନ୍ତୁଦ ସଡକ ଦୁର୍ଘଟଣା ମାମଲାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗଭୀର ଶୋକ ପ୍ରକାଶ କରିଛନ୍ତି । ଏହା ସହିତ ସେ ଏହା ସମ୍ପର୍କରେ ଉତର ପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସହ ଟେଲିଫୋନରେ କଥାବାର୍ତା କରିବାସହ ସ ମୃତକଙ୍କ ପରିବାରକୁ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତିା
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟ୍ୱିଟ କରି କହିଛନ୍ତି ଯେ ଉତର ପ୍ରଦେଶର ବାରାବଙ୍କୀ ଠାରେ ହୋଇଥିବା ସଡକ ଦୁର୍ଘଟଣା ଖବର ପାଇଁ ମୁଁ ଖୁବ ଦୁଃଖୀ । ଶୋକାକୁଳ ପରିବାରଙ୍କ ପ୍ରତି ମୋର ସମବେଦନା ରହିଛି । ଏ ସମ୍ପର୍କରେ ଉତର ପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସହ କଥାବାର୍ତା କଲି । ସମସ୍ତ ଆହତ ମାନଙ୍କ ସଠିକ ଚିକିତ୍ସା ବ୍ୟବସ୍ଥା କରା ଯାଉଛି ।
ପ୍ରଧାନମନ୍ତ୍ରୀ ରାଷ୍ଟ୍ରୀୟ ରିଲିଫ ଫଣ୍ଡରୁ ମୃତକଙ୍କ ପରିବାର ଲୋକଙ୍କ ପାଇଁ ୨-୨ ଲକ୍ଷ ଟଙ୍କା ଓ ଆହତ ମାନଙ୍କ ପାଇଁ ୫୦ -୫୦ ହଜାର ଟଙ୍କାର ଆର୍ଥିକ ସହାୟତା ଘୋଷଣା କରା ଯାଇଛି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO