
ଭୁବନେଶ୍ୱର, ରାଜ୍ୟରେ କରୋନାରେ ଆଉ ୬୯ ଜଣ ରୋଗୀଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହ ରାଜ୍ୟରେ କରୋନା କାରଣରୁ ମୃତ୍ୟୁ ସଂଖ୍ୟା ବଢି ୫୭୦୩ହୋଇ ଯାଇଛି ।ଖୋର୍ଧା ଜିଲ୍ଲାରେ ସବୁଠାରୁ ଅଧିକ ୧୪ ଜଣ ମୃତ୍ୟୁବରଣ କରିଛନ୍ତି । ଏମାନଙ୍କ ମଧ୍ୟରେ ଭୁବନେଶ୍ୱରରେ ୩ ଜଣ ଅଛନ୍ତି । ସୁନ୍ଦରଗଡ ଜିଲ୍ଲାରେ ୧୦ ଜଣଙ୍କର ମୃତ୍ୟୁ ଘଟିଛି । ଅନୁଗୁଳ ଜିଲ୍ଲାରେ ୯ ଜଣ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ଢେଙ୍କାନାଳ ଜିଲ୍ଲାରେ ୮ ଜଣ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ଝାରସୁଗୁଡା ଜିଲ୍ଲାରେ ୫ ଜଣଙ୍କ ମୃତ୍ୟୁ ଘଟିିଥିବା ବେଳେ ବରଗଡ, ପୁରୀ, ସମ୍ବଲପୁର ଜିଲ୍ଲାରେ ୪-୪ ଜଣଙ୍କର ମୃତ୍ୟୁ ଘଟିଛି । କନ୍ଧମାଳ ଜିଲ୍ଲାରେ ୩ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି ।
ବଲାଙ୍ଗୀର ଜିଲ୍ଲାରେ ୨ ଜଣଙ୍କର ମୃତ୍ୟୁ ଘଟିଛି । ଭଦ୍ରକ, କଟକ, ଜଗତସିଂହପୁର, ମାଲକାନଗିରି, ନୟାଗଡ, ନୂଆପଡା ଜିଲ୍ଲାରେ ଜଣେ ଲେଖାଏ ସଂକ୍ରମିତଙ୍କ ମୃତ୍ୟୁ ଘଟିଥିବା ସୂଚନା ଦିଆ ଯାଇଛି ।ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ଯେ ପ୍ରତ୍ୟେକ ଦିନ ଆସୁଥିବା ମୃତ୍ୟୁ ସଂଖ୍ୟା ସେହି ନିର୍ଦିଷ୍ଟ ଦିନର ନୁହେଁ । ବିଭିନ୍ନ ସ୍ତରରେ ଅଡିଟ କରା ଯାଇ ମୃତ୍ୟୁ ସଂଖ୍ୟା ଘୋଷଣା କରା ଯାଉଥିବା ବିଭାଗ ପକ୍ଷରୁ କୁହା ଯାଇଛି ।