-
୧୦ଟି ସ୍ଲୁଇସ୍ ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ ଜାରୀ

ସମ୍ବଲପୁର, ହୀରାକୁଦ ଡ଼୍ୟାମରେ ୪ଟି ସ୍ଲୁଇସ୍ ଗେଟ୍ କୁ ବନ୍ଦ କରାଯାଇଛି । ଫଳରେ ଏବେ ୧୦ଟି ସ୍ଲୁଇସ୍ ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ ଜାରୀ ରହିଛି । ଗତକାଲି ହୀରାକୁଦ ଜଳଭଣ୍ଡାରରୁ ୧୪ଟି ସ୍ଲୁଇସ୍ ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ ହେଉଥିଲା । ତେବେ ଉପର ମୁଣ୍ଡରେ ବର୍ଷାର ପରିମାଣ କମିଥିବାରୁ ଆଜି ଆଉ ୪ଟି ସ୍ଲୁଇସ୍ ଗେଟ୍ କୁ ବନ୍ଦ କରାଯାଇଛି ।
ହୀରାକୁଦ ଜଳଭଣ୍ଡାରରୁ ୧୦ଟି ସ୍ଲୁଇସ୍ ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ ଜାରି ରହିଛି । ଡ଼୍ୟାମ୍ ର ବାମ ପାଶ୍ୱର୍ ଡାଇକ୍ ରେ ୭ଟି ଏବଂ ଡ଼ାହାଣ ପାଶ୍ୱର୍ ଡାଇକ୍ ର ୩ଟି ସ୍ଲୁଇସ୍ ଗେଟ୍ ଓ ଅନ୍ୟାନ୍ୟ ପାୱାର ଚାନେଲ ଦେଇ ଜଳ ନିଷ୍କାସନ ଜାରୀ ରହିଛି । ଜଳ ଭଣ୍ଡାର ମଧ୍ୟକୁ ପ୍ରତି ସେକେଣ୍ଡରେ ୧ ଲକ୍ଷ ୨୭ ହଜାର ୫୫୦ ଘନଫୁଟ୍ ଜଳ ପ୍ରବେଶ କରୁଛି ।
ସେହି ସମୟରେ ମୋଟ୍ ୧୦ଟି ସ୍ଲୁଇସ୍ ଗେଟ୍ ଓ ଅନ୍ୟାନ୍ୟ ପାୱାର ଚାନେଲ ଦେଇ ପ୍ରତି ସେକେଣ୍ଡରେ ୧ ଲକ୍ଷ ୬୪ ହଜାର ୨୫୨ ଘନଫୁଟ୍ ରୁ ଉର୍ଦ୍ଧ୍ୱ ଜଳ ମହାନଦୀକୁ ଛଡାଯାଉଛି । ବନ୍ଧର ସର୍ବୋଚ୍ଚ ଜଳ ଧାରଣ କ୍ଷମତା ୬୩୦ ଫୁଟ୍ ରହିଥିବା ବେଳେ ଜଳ ଭଣ୍ଡାରର ଜଳସ୍ତର ଆଜି ଦିନ ୧୨ଟା ସୁଦ୍ଧା ୬୦୪.୯୧ ଫୁଟ୍ ରହିଛି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO