ବିଭାଗ ଦ୍ୱାରା ଦିଆ ଯାଇଥିବା ସୂଚନା ଅନୁସାରେ ସୁନ୍ଦରଗଡ ଜିଲ୍ଲାରେ ୧୧ ଜଣ ମୃତ୍ୟୁବରଣ କରିଛନ୍ତି । କଟକ ଜିଲ୍ଲାରେ ୧୦ ଜଣ ମୃତ୍ୟୁବରଣ କରିଛନ୍ତି । ଖୋର୍ଧା ଜିଲ୍ଲାରେ ୮ ଜଣ ମୃତ୍ୟୁବରଣ କରିଛନ୍ତି । ଏମାନଙ୍କ ମଧ୍ୟରେ ଭୁବନେଶ୍ୱରରେ ୪ ଜଣ ଅଛନ୍ତି । ଭଦ୍ରକ ଜିଲ୍ଲାରେ ୬ ଜଣଙ୍କର ମୃତ୍ୟୁ ଘଟିଛି । ଯାଜପୁର ଜିଲ୍ଲାରେ ୫ ଜଣ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ଗଂଜାମ, ଜଗତସିଂହପୁର ଓ ପୁରୀ ଜିଲ୍ଲାରେ ୪-୪ ଜଣ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ବାଲେଶ୍ୱର, ଝାରସୁଗୁଡା, କେନ୍ଦ୍ରାପଡା, ମୟୁରଭଂଜ ଜିଲ୍ଲାରେ ୨-୨ ଜଣଙ୍କର ମୃତ୍ୟୁ ଘଟିଛି । ବୌଦ୍ଧ, ଦେବଗଢ, ଗଜପତି, କଳାହାଣ୍ଡି, କନ୍ଧମାଳ, କୋରାପୁଟ, ଜିଲ୍ଲାରେ ଜଣେ ଲେଖାଏ ସଂକ୍ରମିତଙ୍କ ମୃତ୍ୟୁ ଘଟିଥିବା ସୂଚନା ଦିଆ ଯାଇଛି ।
ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ଯେ ପ୍ରତ୍ୟେକ ଦିନ ଆସୁଥିବା ମୃତ୍ୟୁ ସଂଖ୍ୟା ସେହି ନିର୍ଦିଷ୍ଟ ଦିନର ନୁହେଁ । ବିଭିନ୍ନ ସ୍ତରରେ ଅଡିଟ କରା ଯାଇ ମୃତ୍ୟୁ ସଂଖ୍ୟା ଘୋଷଣା କରା ଯାଉଥିବା ବିଭାଗ ପକ୍ଷରୁ କୁହା ଯାଇଛି ।