
ଭୁବନେଶ୍ୱର, ଭୁବନେଶ୍ୱରରେ ଶତ ପ୍ରତିଶତ ଟିକାକରଣ ହୋଇଛି । ଜୁଲାଇ ଶେଷ ସୁଦ୍ଧା ଥିବା ଏହି ଟାର୍ଗେଟ ପୂରଣ ହୋଇଛି ବୋଲି ବିଏମସି ଅତିରିକ୍ତ କମିସନର ଲକ୍ଷ୍ମୀକାନ୍ତ ସେଠୀ ସୂଚନା ଦେଇଛନ୍ତି ।ସେ କହିଛନ୍ତି ଯେ ବିଭିନ୍ନ ବର୍ଗରେ ମୋଟ ୯ ଲକ୍ଷ ୭ ହଜାର ଲୋକଙ୍କୁ ଦୁଇଟି ଡୋଜ ହିସାବରେ ୧୮ ଲକ୍ଷ ୧୪ ହଜାର ଡୋଜ ଦେବାକୁ ଲକ୍ଷ୍ୟ ରହିଥିଲା । ଗତକାଲି ସୁଦ୍ଧା ୧୮ ଲକ୍ଷ ୩୫ ହଜାର ୯୦୩ ଡୋଜ ଟିକା ଦିଆଯାଇଛି ସେଥିମଧ୍ୟରୁ ୧୦ ଲକ୍ଷ ୫୯ ହଜାର ୭୫୩ ଜଣ ପ୍ରଥମ ଡୋଜ ନେଇସାରିଛନ୍ତି ।
ଅପରପକ୍ଷରେ ୭ ଲକ୍ଷ ୭୬ ହଜାର ୧୫୦ ଜଣ ଉଭୟ ଡୋଜ ଟିକା ନେଇସାରିଛନ୍ତି ।ଭୁବନେଶ୍ୱରରେ କୋଭାକ୍ସିନ ଟିକା ଦିଆଯାଉଥିବା ବେଳେ ଏଠାରେ ଟିକାର ଅଭାବ ନାହିଁ । ବର୍ତମାନ ମଧ୍ୟ ସମସ୍ତ ଟିକା କେନ୍ଦ୍ର ଖୋଲା ରହିଛି ।ଭୁବନେଶ୍ୱର ରାଜଧାନୀ ହୋଇଥିବାରୁ ଏଠାକୁ ଦୈନିକ ବାହାରୁ ଅନେକ ଲୋକ ଆସନ୍ତି । ଟିକା ପାଇଁ କାହାକୁ ମନା କରାଯାଇପାରିବ ନାହିଁ । ଭୁବନେଶ୍ୱରବାସୀଙ୍କୁ ପ୍ରାଥମିକତା ଭିତିରେ ଟିକା ଦିଆଯାଇଛି । ବର୍ତମାନ ବାହାରର ଲୋକଙ୍କୁ ମଧ୍ୟ ଟିକା ଦିଆ ଯାଉଛି ବୋଲି ଲକ୍ଷ୍ମୀକାନ୍ତ ସେଠୀ କହିଛନ୍ତି ।