
ସମ୍ବଲପୁର, ହୀରାକୁଦ ଡ଼୍ୟାମର ୮ଟି ସ୍ଲୁଇସ୍ ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ ଜାରୀ ରହିଥିବା ବେଳେ ପରେ ଆଉ ଦୁଇଟି ସ୍ଲୁଇସ୍ ଗେଟ୍ କୁ ବନ୍ଦ କରାଯାଇଛି । ଏବେ ମୋଟ୍ ୬ଟି ସ୍ଲୁଇସ୍ ଗେଟ୍ ଓ ଅନ୍ୟାନ୍ୟ ପାୱାର ଚାନେଲ ଦେଇ ବନ୍ୟାଜଳ ନିଷ୍କାସନ ଜାରୀ ରହିଛି । ଉପର ମୁଣ୍ଡରେ ବର୍ଷାର ପରିମାଣ କମି ଥିବାରୁ ଡ଼୍ୟାମ୍ କର୍ତୃପକ୍ଷ ଏହି ନିଷ୍ପତି ନେଇଛନ୍ତି । ଡ଼୍ୟାମ୍ ର ବାମ ପାଶ୍ୱର୍ ଡାଇକ୍ ର ୪ଟି ଏବଂ ଡ଼ାହାଣ ପାଶ୍ୱର୍ ଡାଇକ୍ ର ୨ଟି ସ୍ଲୁଇସ୍ ଗେଟ୍ ଓ ଅନ୍ୟାନ୍ୟ ପାୱାର ଚାନେଲ ଦେଇ ବନ୍ୟାଜଳ ନିଷ୍କାସନ ଜାରୀ ରହିଛି ।
ଜଳ ଭଣ୍ଡାର ମଧ୍ୟକୁ ପ୍ରତି ସେକେଣ୍ଡରେ ୧ ଲକ୍ଷ ୩୦ ହଜାର ୭୬୨ ଘନଫୁଟ୍ ଜଳ ପ୍ରବେଶ କରୁଛି । ସେହି ସମୟରେ ମୋଟ୍ ୬ଟି ସ୍ଲୁଇସ୍ ଗେଟ୍ ଓ ଅନ୍ୟାନ୍ୟ ପାୱାର ଚାନେଲ ଦେଇ ପ୍ରତି ସେକେଣ୍ଡରେ ୧ ଲକ୍ଷ ୯ ହଜାର ୪୯୫ ଘନଫୁଟ୍ ରୁ ଉର୍ଦ୍ଧ୍ୱ ଜଳ ମହାନଦୀକୁ ଛଡାଯାଉଛି । ବନ୍ଧର ସର୍ବୋଚ୍ଚ ଜଳ ଧାରଣ କ୍ଷମତା ୬୩୦ ଫୁଟ୍ ରହିଥିବା ବେଳେ ଜଳ ଭଣ୍ଡାରର ଜଳ ପତନ ଆଜି ପୂର୍ବାହ୍ନ ୯ଟା ସୁଦ୍ଧା ୬୦୫.୨୭ ଫୁଟ୍ ରହିଛି ।\
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO