
ବିଭାଗ ଦ୍ୱାରା ଦିଆ ଯାଇଥିବା ସୂଚନା ଅନୁସାରେ କଟକ, ଖୋର୍ଦ୍ଧା ଓ ଭଦ୍ରକ ଜିଲ୍ଲାରୁ ସର୍ବାଧିକ ଥିବା ୮ ଜଣ ଲେଖାଏଁ ଜଣାଯାଇଛି । ଅପରପକ୍ଷରେ ପୁରୀ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୭ ଜଣ ଲେଖାଏଁ ଅଛନ୍ତି । ଏହାଛଡ଼ା କେନ୍ଦ୍ରାପଡ଼ା ଜିଲ୍ଲାରୁ ୪, ଢେଙ୍କାନାଳ, ଓ ନୟାଗଡ଼ ଜିଲ୍ଲାରୁ ୩ ଜଣ ଲେଖାଏଁ ଜଣାଯାଇଛି । ଠିକ୍ ସେହିପରି ବାଲେଶ୍ୱର, ବରଗଡ଼, ଅନୁଗୁଳ, ଝାରସୁଗୁଡ଼ା ଓ ମୟୂରଭଞ୍ଜ ୨ ଜଣ ଲେଖାଏଁ, ଗଞ୍ଜାମ, ଜଗତସିଂହପୁର, ଯାଜପୁର, କନ୍ଧମାଳ, କୋରାପୁଟ ଓ ନବରଙ୍ଗପୁର ଜିଲ୍ଲାରୁ ଜଣେ ଲେଖାଏଁ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଥିବା ସୂଚନା ଦିଆ ଯାଇଛି ।
ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ଯେ ପ୍ରତ୍ୟେକ ଦିନ ଆସୁଥିବା ମୃତ୍ୟୁ ସଂଖ୍ୟା ସେହି ନିର୍ଦିଷ୍ଟ ଦିନର ନୁହେଁ । ବିଭିନ୍ନ ସ୍ତରରେ ଅଡିଟ କରା ଯାଇ ମୃତ୍ୟୁ ସଂଖ୍ୟା ଘୋଷଣା କରା ଯାଉଥିବା ବିଭାଗ ପକ୍ଷରୁ କୁହା ଯାଇଛି ।