
ସମ୍ବଲପୁର, ହୀରାକୁଦ ଡ଼୍ୟାମର ୨ଟି ସ୍ଲୁଇସ୍ ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ ଜାରୀ ରହିଛି । ଡ଼୍ୟାମ୍ ର ବାମ ପାଶ୍ୱର୍ ଡାଇକ୍ ର ଗୋଟିଏ ଏବଂ ଡ଼ାହାଣ ପାଶ୍ୱର୍ ଡାଇକ୍ ର ଗୋଟିଏ ସ୍ଲୁଇସ୍ ଗେଟ୍ ଓ ଅନ୍ୟାନ୍ୟ ପାୱାର ଚାନେଲ ଦେଇ ବନ୍ୟାଜଳ ନିଷ୍କାସନ ଜାରୀ ରହିଛି ।
ଜଳ ଭଣ୍ଡାର ମଧ୍ୟକୁ ପ୍ରତି ସେକେଣ୍ଡରେ ୧ ଲକ୍ଷ ୨୧ ହଜାର ୮୪୧ ଘନଫୁଟ୍ ଜଳ ପ୍ରବେଶ କରୁଛି । ସେହି ସମୟରେ ମୋଟ୍ ୨ଟି ସ୍ଲୁଇସ୍ ଗେଟ୍ ଓ ଅନ୍ୟାନ୍ୟ ପାୱାର ଚାନେଲ ଦେଇ ପ୍ରତି ସେକେଣ୍ଡରେ ୪୬ ହଜାର ୬୭୦ ଘନଫୁଟ୍ ରୁ ଉର୍ଦ୍ଧ୍ୱ ଜଳ ମହାନଦୀକୁ ଛଡାଯାଉଛି । ବନ୍ଧର ସର୍ବୋଚ୍ଚ ଜଳ ଧାରଣ କ୍ଷମତା ୬୩୦ ଫୁଟ୍ ରହିଥିବା ବେଳେ ଜଳ ଭଣ୍ଡାରର ଜଳ ପତନ ଆଜି ଦିନ ୧୨ ସୁଦ୍ଧା ୬୦୬.୬୦ ଫୁଟ୍ ରହିଛି ।
ଏଠାରେ ଉଲ୍ଲେଖଯୋଗ୍ୟ, ଗତକାଲି ରାତି ୯ଟା ସୁଦ୍ଧା ୬ଟି ସ୍ଲୁଇସ୍ ଦେଇ ବନ୍ୟାଜଳ ନିଷ୍କାସନ କରାଯାଉଥିବା ବେଳେ ଉପର ମୁଣ୍ଡରେ ବର୍ଷାର ପରିମାଣ କମିଥିବାରୁ ଡ଼୍ୟାମ୍ କର୍ତୃପକ୍ଷ ପରବର୍ତି ସମୟରେ ଅନ୍ୟ ୪ଟି ସ୍ଲୁଇସ୍ ଗେଟ୍ କୁ ବନ୍ଦ କରିଛନ୍ତି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO