
ଭୁବନେଶ୍ବର ,ସୂଚନା ପ୍ରସାରଣ ମନ୍ତ୍ରଣାଳୟ ଅଧୀନ ପତ୍ର ସୂଚନା କାର୍ଯ୍ୟାଳୟ (ପିଆଇବି) ଓଡ଼ିଶା କ୍ଷେତ୍ର ଅତିରିକ୍ତ ମହାନିର୍ଦ୍ଦେଶକ ଶ୍ରୀ ରାଜିନ୍ଦର ଚୌଧୁରୀ ଆଜି ବିଭିନ୍ନ ପ୍ରସଙ୍ଗ ନେଇ ବାଲେଶ୍ବର ଜିଲ୍ଲାର ଆଞ୍ଚଳିକ ଗଣମାଧ୍ୟମ ପ୍ରତିନିଧିମାନଙ୍କ ସହିତ ଆଲୋଚନା କରିଛନ୍ତି। ଶ୍ରୀ ଚୌଧୁରୀ କ୍ଷେତ୍ରୀୟ ସ୍ତରରେ କାର୍ଯ୍ୟ କରୁଥିବା ସାମ୍ବାଦିକମାନଙ୍କ ସହିତ ବିଭିନ୍ନ ଗୁରୁତ୍ବପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା କରିବା ସହିତ ଭାରତ ସରକାରଙ୍କ ବିଭିନ୍ନ ସାମ୍ବାଦିକ କଲ୍ୟାଣ ଯୋଜନା ସମ୍ପର୍କରେ ସେମାନଙ୍କୁ ସୂଚନା ଦେଇଥିଲେ। ପତ୍ର ସୂଚନା କାର୍ଯ୍ୟାଳୟ ପକ୍ଷରୁ ଦିଆଯାଉଥିବା ବିଭିନ୍ନ ସୂଚନା କିଭଳି ବ୍ୟବସ୍ଥିତ ଢଙ୍ଗରେ ସ୍ଥାନୀୟ ସାମ୍ବାଦିକମାନଙ୍କ ନିକଟରେ ପହଞ୍ଚି ପାରିବ ସେ ନେଇ ଏଡିଜି ଓ ଗଣମାଧ୍ୟମ ପ୍ରତିନିଧିମାନଙ୍କ ମଧ୍ୟରେ ଆଲୋଚନା ହୋଇଥିଲା।
ସେହିପରି ସରକାରଙ୍କ ବିଭିନ୍ନ ଯୋଜନା ସମ୍ପର୍କରେ ତୃଣମୂଳ ସ୍ତରରେ କିଭଳି ପ୍ରଚାରପ୍ରସାର କରାଯାଇପାରିବ ସେ ସମ୍ପର୍କରେ ମଧ୍ୟ ବିସ୍ତୃତ ଭାବେ ବିଚାର ଆଲୋଚନା କରାଯାଇଥିଲା। ଏହି ବୈଠକ ଅବସରରେ ଗଣମାଧ୍ୟମ ପ୍ରତିନିଧିମାନେ ବିଭିନ୍ନ ଗୁରୁତ୍ବପୂର୍ଣ୍ଣ ପ୍ରସଙ୍ଗ ଓ ସେମାନଙ୍କ ସମସ୍ୟା ସମ୍ପର୍କରେ ଉଲ୍ଲେଖ କରିଥିଲେ। ଆଗାମୀ ଦିନରେ ଭାରତ ସରକାରଙ୍କ ବିଭିନ୍ନ ଯୋଜନା ଓ କାର୍ଯ୍ୟକ୍ରମର ପ୍ରଚାର ପ୍ରସାର ନିମନ୍ତେ ସ୍ଥାନୀୟ ଗଣମାଧ୍ୟମ ଓ ପତ୍ର ସୂଚନା କାର୍ଯ୍ୟାଳୟ ପକ୍ଷରୁ ସମନ୍ବୟ ରଖି କାର୍ଯ୍ୟ କରାଯିବ ବୋଲି ବୈଠକରେ ସହମତି ପ୍ରକାଶ ପାଇଥିଲା। ଆଲୋଚନା ସମୟରେ ପତ୍ର ସୂଚନା କାର୍ଯ୍ୟାଳୟର ବରିଷ୍ଠ ଅଧିକାରୀ ଓ କର୍ମଚାରୀଙ୍କ ସମେତ ବିଭିନ୍ନ ସ୍ଥାନୀୟ ଗଣମାଧ୍ୟମର ପ୍ରତିନିଧିମାନେ ଉପସ୍ଥିତ ଥିଲେ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO