ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୫୫ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୭୨ ଜଣ, ବରଗଡ଼ରୁ ୩ ଜଣ, ଭଦ୍ରକରୁ ୬୦ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ବଲାଙ୍ଗୀରରୁ ୪ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।ବୌଦ୍ଧ ଜିଲ୍ଲାରୁ ୪, କଟକରୁ ୧୩୫, ଦେବଗଡ ଜିଲ୍ଲାରୁ ୮ ଜଣ, ଢେଙ୍କାନାଳ ଜିଲ୍ଲାରୁ ୭ ଜଣ, ଗଜପତି ଜିଲ୍ଲାରୁ ଜମେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଗଞ୍ଜାମରୁ ୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଜଗତସିଂହପୁର ଜିଲ୍ଲାରୁ ୬୩ ଜଣ, ଯାଜପୁରରୁ ୪୮ ଜଣ, ଝାରସୁଗୁଡ଼ାରୁ ୬ଜଣ, କଳାହାଣ୍ଡିରୁ ୧ ଜଣ, କନ୍ଧମାଳ ଜିଲ୍ଲାରୁ ୪ ଜଣ. କେନ୍ଦ୍ରାପଡ଼ାରୁ ୬୬ ଜଣ, କେନ୍ଦୁଝରରୁ ୮ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
ଖୋର୍ଦ୍ଧାରୁ ୩୮୮ ଜଣ, କୋରାପୁଟରୁ ୨ ଜଣ ସଂକ୍ରମିତ ହୋଇଥିବା ବେଳେ ମାଲକାନଗିରି ଜିଲ୍ଲାରୁ ୪ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ମୟୂରଭଞ୍ଜରୁ ୨୦ ଜଣ, ନବରଙ୍ଗପୁରରୁ ୫ ଜଣ, ନୟାଗଡ଼ରୁ ୨୦ ଜଣ ଚିହ୍ନଟ ହୋଇଥିବା ବେଳେ ନୂଆପଡ଼ାରୁ ୩,ପୁରୀରୁ ୪୮ ଜଣ, ରାୟଗଡ଼ାରୁ ୬ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସମ୍ବଲପୁରରୁ ୧ ଜଣ, ସୋନପୁରରୁ ୫ ଜଣ, ସୁନ୍ଦରଗଡ଼ରୁ ୫ ଜଣ ଓ ଷ୍ଟେଟ୍ ପୁଲରୁ ୭୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।