ଚେନ୍ନାଇ , ତାମିଲନାଡୁରେ ଗତ ୨୪ ଘଂଟାରେ ୧,୯୫୭ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୨୮ ଜଣଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୨୦,୩୮୫ ହୋଇଛି ।
ଝାରଖଣ୍ଡରେ କରୋନାର ୨୭ ନୂଆ ମାମଲା
ରାଂଚି, ଝାରଖଣ୍ଡରେ କରୋନାର ୨୩ ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୩୯ ହୋଇଛି ।
ଆସାମରେ କରୋନାର ୧,୨୭୫ ନୂଆ ମାମଲା
ଦିସପୁର, ଆସାମରେ ଗତ ୨୪ ଘଂଟାରେ କରୋନାର ୧,୨୭୫ ଟି ନୂଆ ମାମଲା ସାମନାକୁ ଆସିଛି । ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢି ୧୧,୦୮୨ ହୋଇଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି
