କୈଳାଶ ଚନ୍ଦ୍ର ପଣ୍ଡା,ପୁରୀ

ମଙ୍ଗଳବାର ଅପରାହ୍ନ ୪ ଘଟିକା ସମୟରେ ଭୁବନେଶ୍ଵର ଲୋକସେବା ଭବନଠାରେ ଏକ ଉଚ୍ଚ ସ୍ତରୀୟ ବୈଠକ ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ସଞ୍ଜୟ କୁମାର ଦାସବର୍ମାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଅଛି । ଏହି ବୈଠକରେ ଚିଲିକା ହ୍ରଦର ସୁରକ୍ଷା, ପାରିପାର୍ଶ୍ବିକ ଉନ୍ନତି, ସମୋନ୍ନିତ ବିକାଶ ଓ ଦୀର୍ଘ ଦିନ ଧରି କର୍ତ୍ତବ୍ୟରତ କର୍ମଚାରୀଙ୍କ ସମସ୍ୟା ସମ୍ପର୍କରେ ଆଲୋଚନା କରାଯାଇଥିଲା ।

ଏହି ବୈଠକରେ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର, ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ଉନ୍ନୟନ କମିଶନର ପ୍ରଦୀପ ଜେନା, ଅତିରିକ୍ତ ମୁଖ୍ୟ ଶାସନ ସଚିବ, ଜଙ୍ଗଲ ପରିବେଶ ବିଭାଗ ଶ୍ରୀମତୀ ମୋନା ଶର୍ମା, ଅର୍ଥ ବିଭାଗର ପ୍ରମୁଖ ଶାସନ ସଚିବ ବିଶାଲ ଦେବ୍ ଓ ଚିଲିକା ଉନ୍ନୟନ କର୍ତ୍ତୃପକ୍ଷଙ୍କ ମୁଖ୍ୟ କାର୍ଯ୍ୟ ନିର୍ବାହୀ ଶୁସାନ୍ତ ନନ୍ଦ ଯୋଗଦେଇଥିଲେ ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO