ଆଜି ଚିହ୍ନଟ ହୋଇଥିବା ୧୩୧୫ ଜଣଙ୍କ ମଧ୍ୟରୁ ୬୫୭ ଜଣ ସଂଗରୋଧରୁ ହୋଇଥିବା ବେଳେ ୪୭୨ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୨୯ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଦ୍ଧାରୁ ସବୁଠାରୁ ଅଧିକ ୪୧୩ ଜଣ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି । ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୫୨ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୪୩ ଜଣ, ବରଗଡ଼ରୁ ୨ ଜଣ, ଭଦ୍ରକରୁ ୪୯ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ବଲାଙ୍ଗୀରରୁ ୪ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
ବୌଦ୍ଧ ଜିଲ୍ଲାରୁ ୪, କଟକରୁ ୧୯୮, ଦେବଗଡ ଜିଲ୍ଲାରୁ ୭ ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୮ ଜଣ, ଗଜପତି ଜିଲ୍ଲାରୁ ୫ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଗଞ୍ଜାମରୁ ୧୧ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଜଗତସିଂହପୁର ଜିଲ୍ଲାରୁ ୫୩ ଜଣ, ଯାଜପୁରରୁ ୮୯ ଜଣ, ଝାରସୁଗୁଡ଼ାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତିା କଳାହାଣ୍ଡିରୁ ୪ ଜଣ, କନ୍ଧମାଳ ଜିଲ୍ଲାରୁ ୪ ଜଣ. କେନ୍ଦ୍ରାପଡ଼ାରୁ ୨୮ ଜଣ, କେନ୍ଦୁଝରରୁ ୧୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
ଖୋର୍ଦ୍ଧାରୁ ୪୧୩ ଜଣ, କୋରାପୁଟରୁ ୬ ଜଣ ସଂକ୍ରମିତ ହୋଇଥିବା ବେଳେ ମାଲକାନଗିରି ଜିଲ୍ଲାରୁ ୫ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ମୟୂରଭଞ୍ଜରୁ ୬୨ ଜଣ, ନବରଙ୍ଗପୁରରୁ ୪ ଜଣ, ନୟାଗଡ଼ରୁ ୨୫ ଜଣ ଚିହ୍ନଟ ହୋଇଥିବା ବେଳେ ନୂଆପଡ଼ାରୁ ୬,ପୁରୀରୁ ୬୭ ଜଣ, ରାୟଗଡ଼ାରୁ ୧୨ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସମ୍ବଲପୁରରୁ ୨୩ ଜଣ, ସୋନପୁରରୁ ୮ ଜଣ, ସୁନ୍ଦରଗଡ଼ରୁ ୧୬ ଜଣ ଓ ଷ୍ଟେଟ୍ ପୁଲରୁ ୮୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।