ବିଭାଗ ଦ୍ୱାରା ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧା ଜିଲ୍ଲାରେ ସବୁଠାରୁ ଅଧିକ ୧୮ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଏଥିରୁ ୧୧ ଜଣ ଭୁବନେଶ୍ୱରର ରହିଛନ୍ତି । ସେହିପରି କଟକ ଜିଲ୍ଲାରେ ୧୦ ଜଣ ସଂକ୍ରମିତ ମୃତ୍ୟୁବରଣ କରିଛନ୍ତି । ପୁରୀ ଜିଲ୍ଲାରେ ୯ ଜଣ ଓ ମୟୁରଭଂଜ ଜିଲ୍ଲାରେ ୬ ଜଣଙ୍କର ମୃତ୍ୟୁ ଘଟିଛିା ଅନୁଗୁଳ ଜିଲ୍ଲାରେ ୫ ଜଣଙ୍କ ମୃତ୍ୟୁ ଘଟିଛି ।ଯାଜପୁର, ଝାରସୁଗୁଡା ଜିଲ୍ଲାରେ ୩-୩ ଜଣ ସଂକ୍ରମିତଙ୍କ ମୃତ୍ୟୁ ଘଟିଥିବା ବେଳେ ଭଦ୍ରକ, ବଲାଙ୍ଗୀର, ନୟାଗଡ ଜିଲ୍ଲାରେ ୨ ଜଣ ଲେଖାଏଁ ମୃତ୍ୟୁ ବରଣ କରିଛନ୍ତି ।
ଢେଙ୍କାନାଳ, ଗଂଜାମ, କଳାହାଣ୍ଡି, କନ୍ଧମାଳ, କେନ୍ଦ୍ରାପଡା ଓ ସୁନ୍ଦରଗଡ ଜିଲ୍ଲାରୁ ଜଣେ ଲେଖାଏଁ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଥିବା ସୂଚନା ଦିଆ ଯାଇଛି ।ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ଯେ ପ୍ରତ୍ୟେକ ଦିନ ଆସୁଥିବା ମୃତ୍ୟୁ ସଂଖ୍ୟା ସେହି ନିର୍ଦିଷ୍ଟ ଦିନର ନୁହେଁ । ବିଭିନ୍ନ ସ୍ତରରେ ଅଡିଟ କରା ଯାଇ ମୃତ୍ୟୁ ସଂଖ୍ୟା ଘୋଷଣା କରା ଯାଉଥିବା ବିଭାଗ ପକ୍ଷରୁ କୁହା ଯାଇଛି ।