ମୁମ୍ବାଇ ,ମହାରାଷ୍ଟ୍ରରେ ଗତ ୨୪ ଘଂଟାରେ ୬,୧୨୬ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୧୫୭ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭୨,୮୧୦ ହୋଇଛି ।
ଆସାମରେ କରୋନାର ୧,୦୬୫ ନୂଆ ମାମଲା
ଦିସପୁର, ଆସାମରେ ଗତ ୨୪ ଘଂଟାରେ କରୋନାର ୧,୦୬୫ ଟି ନୂଆ ମାମଲା ସାମନାକୁ ଆସିଛି । ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢି ୧୧,୦୯୩ ହୋଇଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।
ଝାରଖଣ୍ଡରେ କରୋନାର ୩୦ ନୂଆ ମାମଲା
ରାଂଚି, ଝାରଖଣ୍ଡରେ କରୋନାର ୩୦ ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୨୩ ହୋଇଛି ।
