-
ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୮୫୮୨୭

ଭୁବନେଶ୍ୱର, ରାଜ୍ୟରେ ଗୋଟିଏ ଦିନରେ ୧୦୯୬ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୮୫୮୨୭ କୁ ବୃଦ୍ଧି ପାଇଛି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ୯୬୬୯୨୮ ରୋଗୀ ସୁସ୍ଥ ହୋଇ ସାରିଥିବା ବେଳେ ସକ୍ରିୟ ୧୨୪୮୦ ରହିଛି ।ଆଜି ଚିହ୍ନଟ ହୋଇଥିବା ୧୦୯୬ ଜଣଙ୍କ ମଧ୍ୟରୁ ୬୩୭ ଜଣ ସଂଗରୋଧରୁ ହୋଇଥିବା ବେଳେ ୪୫୯ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୨୮ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଦ୍ଧାରୁ ସବୁଠାରୁ ଅଧିକ ୩୮୯ ଜଣ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO