ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୪୦ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୭୭ ଜଣ, ବରଗଡ଼ରୁ ୧୧ ଜଣ, ଭଦ୍ରକରୁ ୨୧ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ବଲାଙ୍ଗୀରରୁ ୭ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।ବୌଦ୍ଧ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । କଟକରୁ ୯୨, ଦେବଗଡ ଜିଲ୍ଲାରୁ ୧ ଜଣ, ଢେଙ୍କାନାଳ ଜିଲ୍ଲାରୁ ୯ ଜଣ, ଗଜପତି ଜିଲ୍ଲାରୁ ୪ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଗଞ୍ଜାମରୁ ୫ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଜଗତସିଂହପୁର ଜିଲ୍ଲାରୁ ୫୮ ଜଣ, ଯାଜପୁରରୁ ୬୮ ଜଣ, ଝାରସୁଗୁଡ଼ାରୁ ୫ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କଳାହାଣ୍ଡିରୁ ୩ ଜଣ, କନ୍ଧମାଳ ଜିଲ୍ଲାରୁ ୧୭ ଜଣ. କେନ୍ଦ୍ରାପଡ଼ାରୁ ୩୬ ଜଣ, କେନ୍ଦୁଝରରୁ ୧୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
ଖୋର୍ଦ୍ଧାରୁ ୩୮୯ ଜଣ, କୋରାପୁଟରୁ ୭ ଜଣ ସଂକ୍ରମିତ ହୋଇଥିବା ବେଳେ ମାଲକାନଗିରି ଜିଲ୍ଲାରୁ ୪ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ମୟୂରଭଞ୍ଜରୁ ୩୨ ଜଣ, ନବରଙ୍ଗପୁରରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ନୟାଗଡ଼ରୁ ୨୯ ଜଣ ଚିହ୍ନଟ ହୋଇଥିବା ବେଳେ ନୂଆପଡ଼ାରୁ ୨,ପୁରୀରୁ ୪୮ ଜଣ, ରାୟଗଡ଼ାରୁ ୮ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସମ୍ବଲପୁରରୁ ୮ ଜଣ, ସୋନପୁରରୁ ୨ ଜଣ, ସୁନ୍ଦରଗଡ଼ରୁ ୨୦ ଜଣ ଓ ଷ୍ଟେଟ୍ ପୁଲରୁ ୮୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।