
ଭୁବନେଶ୍ୱର, ରାଜ୍ୟରେ କରୋନାରେ ଆଉ ୬୪ ଜଣ ରୋଗୀଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହ ରାଜ୍ୟରେ କରୋନା କାରଣରୁ ମୃତ୍ୟୁ ସଂଖ୍ୟା ବଢି ୬୩୬୬ ହୋଇ ଯାଇଛି ।ବିଭାଗ ଦ୍ୱାରା ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧା ଜିଲ୍ଲାରେ ସବୁଠାରୁ ଅଧିକ ୨୭ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଏଥିରୁ ୨୦ ଜଣ ଭୁବନେଶ୍ୱରର ରହିଛନ୍ତି । ସେହିପର କଟକ ଜିଲ୍ଲାରେ ୧୭ ଜଣଙ୍କର ମୃତ୍ୟୁ ଘଟିଛିା ବାଲେଶ୍ୱର ଓ କେନ୍ଦୁଝର ଜିଲ୍ଲାରେ ୪-୪ ଜଣଙ୍କ ମୃତ୍ୟୁ ଘଟିଛି । ମୟୁରଭଂଜ ଜିଲ୍ଲାରେ ୩ ଜଣଙ୍କର ମୃତ୍ୟୁ ଘଟିଛି ।
ଇଲାଙ୍ଗୀର, ମୟୁରଭଂଜ ଓ ପୁରୀ ଜିଲ୍ଲାରେ ୨-୨ ଜଣ ଲେଖାଏଁ ମୃତ୍ୟୁ ବରଣ କରିଛନ୍ତି ।ଅନୁଗୁଳ, ବୌଦ୍ଧ. ଭଦ୍ରକ. ଦେବଗଡ, ଢେଙ୍କାନାଳ, ଗଂଜାମ, କେନ୍ଦ୍ରାପଡା, ନୟାଗଡ ଓ ପୁରୀ ଜିଲ୍ଲାରେ ଜଣେ ଲେଖାଏଁ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଥିବା ସୂଚନା ଦିଆ ଯାଇଛି ।ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ଯେ ପ୍ରତ୍ୟେକ ଦିନ ଆସୁଥିବା ମୃତ୍ୟୁ ସଂଖ୍ୟା ସେହି ନିର୍ଦିଷ୍ଟ ଦିନର ନୁହେଁ । ବିଭିନ୍ନ ସ୍ତରରେ ଅଡିଟ କରା ଯାଇ ମୃତ୍ୟୁ ସଂଖ୍ୟା ଘୋଷଣା କରା ଯାଉଥିବା ବିଭାଗ ପକ୍ଷରୁ କୁହା ଯାଇଛି ।