
ଭୁବନେଶ୍ୱର, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଶିଷ୍ଟ ସାହିତ୍ୟିକ ଇନ୍ଦୁଭୂଷଣ କରଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ।ସେ ଟ୍ୱିଟ କରି କହିଛନ୍ତି ଯେ – ବିଶିଷ୍ଟ ସାହିତ୍ୟିକ ଇନ୍ଦୁଭୂଷଣ କରଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ । ଓଡ଼ିଆ ଭାଷା, ସାହିତ୍ୟକୁ ସମୃଦ୍ଧ କରିବାରେ ତାଙ୍କର ଅବଦାନ ସର୍ବଦା ସ୍ମରଣୀୟ ରହିବ । ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ମୋର ସମବେଦନା ଜଣାଉଛି ।