
ବେଲଗୁଣ୍ଠା, ବେଲଗୁଣ୍ଠା ବ୍ଳକ୍ ଗାଙ୍ଗପୁର ବିବେକାନନ୍ଦ ଶିଶୁ ଶିକ୍ଷା ପ୍ରତିଷ୍ଠାନର 27 ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି I କରୋନା କଟକଣାକୁ ଦୃଷ୍ଟିରେ ରଖି ଅତି ନିରାଡମ୍ବର ଭାବରେ ବିଦ୍ୟାଳୟର ସ୍ଵନକ୍ଷତ୍ର ଉତ୍ସବ ପାଳିତ ହୋଇଯାଇଛି I ଉତ୍ସବରେ ବିଦ୍ୟାଳୟ ପରିଚାଳନା କମିଟି ସଭାପତି ତଥା ପ୍ରାକ୍ତନ ବେଲଗୁଣ୍ଠା ପଞ୍ଚାୟତ ସମିତି ଅଧ୍ୟକ୍ଷ ନୀଳମଣି ବିଷୋୟୀ ଯୋଗ ଦେଇ ପତାକା ଉତ୍ତୋଳନ କରିଥିବା ସମ୍ପାଦକ ସୀମାଞ୍ଚଳ ପୃଷ୍ଟି ପ୍ରଦୀପ ପ୍ରଜ୍ୱଳନ କରି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ I
ଏହି ଅବସରରେ ବିଦ୍ୟାଳୟକୁ ରାଜ୍ୟର ଏକ ଶ୍ରେଷ୍ଠ ବିଦ୍ୟାଳୟରେ ପରିଣତ କରିବା ଦିଗରେ ବିଦ୍ୟାଳୟର ଶିକ୍ଷକ ଶିକ୍ଷୟିତ୍ରୀ ଅଧିକ ଯତ୍ନବାନ୍ ହେବା ଆବଶ୍ୟକ ବୋଲି ଶ୍ରୀ ବିଷୋୟୀ ପ୍ରକାଶ କରିଥିଲେ I ଏହି ଅବସରରେ ଅନ୍ୟତମ ଅତିଥି ରୂପେ ଯୋଗ ଦେଇ ସ୍ଥାନୀୟ ସରପଞ୍ଚ ସୁରେନ୍ଦ୍ର କୁମାର ଡାକୁଆ କେକ୍ କାଟିଥିଲେ I କାର୍ଯ୍ୟକ୍ରମରେ ବିଦ୍ୟାଳୟ ପରିଚାଳନା କମିଟିର ସମସ୍ତ ସଦସ୍ୟ ଏବଂ ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ, କର୍ମଚାରୀ ଉପସ୍ଥିତ ରହି ସହଯୋଗ କରିଥିଲେ I ଶେଷରେ ପ୍ରଧାନ ଆଚାର୍ଯ୍ୟ ସୁର୍ଯ୍ୟ ନାରାୟଣ ସାହୁ ଧନ୍ୟବାଦ ଜ୍ଞାପନ କରିଥିଲେ I
ରିପୋର୍ଟ-ଶିବରାମ ଚୌଧୁରୀ
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO