
ଭୁବନେଶ୍ୱର, ରାଜ୍ୟରେ କରୋନାରେ ଆଉ ୬୬ ଜଣ ରୋଗୀଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହ ରାଜ୍ୟରେ କରୋନା କାରଣରୁ ମୃତ୍ୟୁ ସଂଖ୍ୟା ବଢି ୬୫୦୧ ହୋଇ ଯାଇଛି ।
ବିଭାଗ ଦ୍ୱାରା ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧା ଜିଲ୍ଲାରେ ସବୁଠାରୁ ଅଧିକ ୨୯ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କଟକ ଜିଲ୍ଲାରେ ୧୩ ଜଣଙ୍କର ମୃତ୍ୟୁ ଘଟିଛିା ସମ୍ବଲପୁର ଜିଲ୍ଲାରୁ ୮ ଜଣ ଓ ବରଗଡ ଜିଲ୍ଲାରୁ ୭ ଜଣ ମୃତକ ରହିଛନ୍ତି । ଅପରପକ୍ଷରେ ବଲାଙ୍ଗୀରରୁ ୩ ଜଣ ଓ ନୂଆପଡା ଜିଲ୍ଲାରୁ ୨ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ସେହିପରି, ସୁନ୍ଦରଗଡ, କଳାହାଣ୍ଡି, ସୁବର୍ଣପୁର ଓ ଝାରସୁଗୁଡା ଜିଲ୍ଲାରୁ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି ।
ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ଯେ ପ୍ରତ୍ୟେକ ଦିନ ଆସୁଥିବା ମୃତ୍ୟୁ ସଂଖ୍ୟା ସେହି ନିର୍ଦିଷ୍ଟ ଦିନର ନୁହେଁ । ବିଭିନ୍ନ ସ୍ତରରେ ଅଡିଟ କରା ଯାଇ ମୃତ୍ୟୁ ସଂଖ୍ୟା ଘୋଷଣା କରା ଯାଉଥିବା ବିଭାଗ ପକ୍ଷରୁ କୁହା ଯାଇଛି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO