
ଭୁବନେଶ୍ୱର,ରାଜ୍ୟରେ କରୋନାରେ ଆଉ ୬୪ ଜଣ ରୋଗୀଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହ ରାଜ୍ୟରେ କରୋନା କାରଣରୁ ମୃତ୍ୟୁ ସଂଖ୍ୟା ବଢି ୬୫୬୫ ହୋଇ ଯାଇଛି ।ବିଭାଗ ଦ୍ୱାରା ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୦ ଜଣ ଥିବା ବେଳେ ସୁନ୍ଦରଗଡ଼ରୁ ୮ ଓ ବାଲେଶ୍ୱର ଜିଲ୍ଲାରୁ ୬ ଜଣ ଅଛନ୍ତି । ଏହାଛଡ଼ା କନ୍ଧମାଳ ଜିଲ୍ଲାରୁ ୪ ଜଣ, ଯାଜପୁର, ମୟୁରଭଞ୍ଜ, ପୁରୀ, ନୟାଗଡ଼ ଓ କଟକ ଜିଲ୍ଲାରୁ ୩ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି ।
ଅପରପକ୍ଷରେ ଅନୁଗୁଳ, ଝାରସୁଗୁଡ଼ା ଓ ଦେବଗଡ଼ ଜିଲ୍ଲାରୁ ୨ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କ ପ୍ରାଣହାନି ଘଟିଛି । ଠିକ୍ ସେହିପରି, ବଲାଙ୍ଗୀର, ସମ୍ବଲପୁର, ଜଗତସିଂହପୁର, ଗଞ୍ଜାମ ଓ ଢେଙ୍କାନାଳ ଜିଲ୍ଲାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି ।ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ଯେ ପ୍ରତ୍ୟେକ ଦିନ ଆସୁଥିବା ମୃତ୍ୟୁ ସଂଖ୍ୟା ସେହି ନିର୍ଦିଷ୍ଟ ଦିନର ନୁହେଁ । ବିଭିନ୍ନ ସ୍ତରରେ ଅଡିଟ କରା ଯାଇ ମୃତ୍ୟୁ ସଂଖ୍ୟା ଘୋଷଣା କରା ଯାଉଥିବା ବିଭାଗ ପକ୍ଷରୁ କୁହା ଯାଇଛି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO