ଭୁବନେଶ୍ୱର, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଶିଷ୍ଟ ଶାସ୍ତ୍ରୀୟ ସଙ୍ଗୀତ କଣ୍ଠଶିଳ୍ପୀ ରଘୁନାଥ ପାଣିଗ୍ରାହୀଙ୍କ ଜୟନ୍ତୀରେ ଶ୍ରଦ୍ଧାଂଜଳି ଜଣାଇଛନ୍ତି ।ସେ ଟ୍ୱିଟ କରି କହିଛନ୍ତି ଯେ – ବିଶିଷ୍ଟ ଶାସ୍ତ୍ରୀୟ ସଙ୍ଗୀତ କଣ୍ଠଶିଳ୍ପୀ, ପଦ୍ମଶ୍ରୀ ପୁରସ୍କାର ପ୍ରାପ୍ତ ପଣ୍ଡିତ ରଘୁନାଥ ପାଣିଗ୍ରାହୀଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି । ଶାସ୍ତ୍ରୀୟ କଣ୍ଠଶିଳ୍ପୀ, ସଂଯୋଜକ ଏବଂ ଓଡ଼ିଶୀ ସଙ୍ଗୀତଜ୍ଞ ଭାବେ ନିଜ ଅବଦାନ ସହ ଗୀତ ଗୋବିନ୍ଦ ଆବୃତିର ଅନନ୍ୟ ଶୈଳୀ ପାଇଁ ସେ ଚିର ଆଦୃତ ହୋଇ ରହିବେ ।