କିନ୍ତୁ ମହାମାରୀ କୋଭିଡ ପରିପ୍ରେକ୍ଷୀରେ ଗତ ଦୁଇବର୍ଷରେ ହସ୍ତତନ୍ତ ବ୍ୟବସାୟ ଗଭୀର ଭାବରେ ପ୍ରଭାବିତ ହୋଇଛି ଏବଂ ଆମର ହଜାର ହଜାର ବୁଣାକାର ମାନଙ୍କ ରୋଜଗାରରେ ମଧ୍ୟ ହ୍ରାସ ଘଟିଛି ।ଏହି ପ୍ୟାକେଜରେ କଂକ୍ରିଟ ହୋଇନଥିବା ୧୫,୦୦୦ ଲୁମ ପିଟ କୁ ପର୍ଯ୍ୟାୟକମେ ଆଗାମୀ ତିନି ବର୍ଷରେ କଂକ୍ରିଟ କରାଯିବ । ପ୍ରତି ଲୁମ ପିଟ କଂକ୍ରିଟ ପାଇଁ ୭୦୦୦ ଟଙ୍କା ଲେଖାଏ ଖର୍ଚ୍ଚ କରାଯିବ ।ସୂଚନାଯୋଗ୍ୟ ଯେ ରାଜ୍ୟର ୩୧,୩୪୨ଟି ଲୁମ ପିଟ ମଧ୍ୟରୁ ଏପର୍ଯ୍ୟନ୍ତ ୧୫,୦୭୧ଟି ଲୁମ ପିଟ କୁ କଂକ୍ରିଟ କରାଯାଇଛି ।
ସେହିପରି ୩୦୦୦ ବୁଣାକାର ପରିବାରକୁ ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ପ୍ୟାକେଜ ଅଧିନରେ ପ୍ରାଥମିକତା ଭିତିରେ ହାଉସ -କମ -ୱାର୍କ ଶେଡ ଯୋଗାଇ ଦିଆଯିବ । ସୂଚନାଯୋଗ୍ୟ ଯେ ଏ ପର୍ଯ୍ୟନ୍ତ ୧୧୬୯୫ଟି ହାଉସ -କମ -ୱାର୍କ ଶେଡ ବୁଣାକାର ପରିବାରକୁ ଯୋଗାଇ ଦିଆଯାଇଛି । ଲୁଗାବୁଣା ଏବଂ କୁଟୀର ଶିଳ୍ପ ଉତ୍ପାଦନ ପ୍ରକ୍ରିୟାରେ ପରିବାରର ସଦସ୍ୟମାନେ ମଧ୍ୟ ସହଯୋଗ କରିଥାନ୍ତି । ସେହିପରି ଡିଜାଇନ ପ୍ରସ୍ତୁତି ମଧ୍ୟ ଏକ ଜଟିଳ ପ୍ରକ୍ରିୟା । ତେଣୁ ବୁଣାକାର ମାନଙ୍କ ଆଖି ଉପରେ ଯେପରି ବିଶେଷ ଚାପ ନ ପଡିବ ଏବଂ ସେମାନେ ଦୀର୍ଘ ସମୟ କାମ କରିପାରିବେ, ସେଥିପାଇଁ ସେମାନଙ୍କୁ ଏହି ଯୋଜନା ରେ ବିଜୁଳି ଆଲୁଅ ଓ ବିଜୁଳି ପଙ୍ଖା ଯୋଗାଇ ଦିଆଯିବ ।ସେହିପରି ସମସ୍ତ ଯୋଗ୍ୟ ବୁଣାକାର ପରିବାର କୁ ଅଗ୍ରାଧିକାର ଭିତିରେ ବାସଗୃହ ଯୋଗାଇ ଦେବା ପାଇଁ ନିଷ୍ପତି କରାଯାଇଛି ।ପଂଚାୟତ ରାଜ ବିଭାଗ ର ଗାଇ଼ଡଲାଇନ ଅନୁସାରେ ଏଥିପାଇଁ ହିତାଧିକାରୀ ଚୟନ କରାଯିବ ।
ଏହି ପ୍ୟାକେଜ ରେ ବୁଣାକାର ମାନେ ଯେପରି ସୁବିଧା ରେ ଋଣ ପାଇ ପାରିବେ ତା ଉପରେ ଗୁରୁତ୍ୱ ଦିଆଯାଇଛି ।ବୁଣାକାର ମାନଙ୍କୁ ପଚାଶ ହଜାର ଟଙ୍କା ପର୍ଯ୍ୟନ୍ତ ଋଣ ବିନା ସୁଧରେ ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।ବୁଣାକାର ମାନଙ୍କର ଉତ୍ପାଦନ ସାମଗ୍ରୀ ରଖିବା ନିମନ୍ତେ ବିଭିନ୍ନ ଗୋଷ୍ଠୀ ଭିତିଭୂମି ଯଥା – ସିଏଫସି , ଗୋଦାମ ଓ ବିକ୍ରୟ କେନ୍ଦ୍ର ଆଦି ପଂଚାୟତିରାଜ ଓ ପାନୀୟ ଜଳ ବିଭାଗ ଜରିଆରେ କରାଯିବ ।