
ନୂଆଦିଲ୍ଲୀ, ସ୍ବାଧୀନତା ଦିବସର ପୂର୍ବଦିନ ଅର୍ଥାତ ଅଗଷ୍ଟ ୧୪କୁ ‘ବିଭାଜନ ବିଭୀଷିକା ସ୍ମୃତି ଦିବସ’ ଭାବେ ପାଳନ କରାଯିବ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଘୋଷଣା କରିଛନ୍ତି ।ସେ ଟ୍ବିଟ କରି କହିଛନ୍ତି ଯେ, ଦେଶର ବିଭାଜନର ଯନ୍ତ୍ରଣା କେବେ ବି ଭୁଲିହେବ ନାହିଁ |
ଘୃଣା ଏବଂ ହିଂସା ହେତୁ ଆମ ଭଉଣୀ ଓ ଭାଇମାନଙ୍କ ମଧ୍ୟରୁ ଲକ୍ଷ ଲକ୍ଷ ଲୋକ ବିସ୍ଥାପିତ ହୋଇଥିଲେ ଏବଂ ଏପରିକି ପ୍ରାଣ ହରାଇଥିଲେ। ସେହି ଲୋକଙ୍କ ସଂଗ୍ରାମ ଏବଂ ବଳିଦାନକୁ ସ୍ମରଣ କରି ଅଗଷ୍ଟ ୧୪କୁ ‘ବିଭାଜନ ବିଭୀଷିକା ସ୍ମୃତି ଦିବସ’ ଭାବରେ ପାଳନ କରିବାକୁ ନିଷ୍ପତ୍ତି ନିଆଯାଇଛି। ସେ ଆହୁରି କହିଛନ୍ତି ଯେ ଏହି ଦିନ ଆମକୁ କେବଳ ଭେଦଭାବ, ଶତ୍ରୁତା ଏବଂ ଅନୈତିକତାର ବିଷ ଦୂର କରିବାକୁ ପ୍ରେରଣା ଦେବ ନାହିଁ ବରଂ ଏହା ଏକତା, ସାମାଜିକ ସୌହାର୍ଦ୍ଦ୍ୟ ଏବଂ ମାନବ ସମ୍ବେଦନଶୀଳତାକୁ ମଧ୍ୟ ଦୃଢ଼ କରିବ ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO