-
୩ ଦିନିଆ ଓଡିଶା ଗସ୍ତରେ ଆସିବେ ୨ କେନ୍ଦ୍ରମନ୍ତ୍ରୀ
ଜନ ଆଶୀର୍ବାଦ ଯାତ୍ରା ଅବସରରେ ଓଡିଶାକୁ ୨ ଜଣ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂଅଶ୍ୱିନୀ ବୈଷ୍ନବ ଆସନ୍ତା ୧୯ ତାରିଖ ଦିନ ୩ ଦିନିଆ ଗସ୍ତରେ ଆସୁଛନ୍ତି । ୧୯ ତାରିଖ ସକାଳେ ଉଭୟ ମନ୍ତ୍ରୀ ଭୁବନେଶ୍ୱରଠାରେ ପହଂଚିବା ପରେ ସିଧାସଳଖ ପୁରୀ ଗସ୍ତ କରି ପ୍ରଭୁ ଶ୍ରୀ ଜଗନ୍ନାଥଙ୍କୁ ଦର୍ଶନ କରିବେ । ଏହା ପରେ ଭୁବନେଶ୍ୱରସ୍ଥିତ ରାଜ୍ୟ କାର୍ଯ୍ୟାଳୟରେ ସାମ୍ବାଦିକ ସମ୍ମିଳନୀରେ ଯୋଗ ଦେବେ । କେନ୍ଦ୍ରମନ୍ତ୍ରୀ ଅଶ୍ୱନୀ ବୈଷ୍ନବ ୧୯ ତାରିଖ ସଂଧ୍ୟାରେ ରେଳ ଯୋଗେ ରାୟଗଡା ଗସ୍ତ କରିବେ । ୨୦ ତାରିଖ ସକାଳୁ କେନ୍ଦ୍ରମନ୍ତ୍ରୀ ଶ୍ରୀ ବୈଷ୍ନବ କୋରାପୁଟ ଗସ୍ତ କରି ରାତ୍ରଯାପନ କରିବେ । ୨୧ ତାରିଖରେ ଜୟପୁର, ନବରଙ୍ଗପୁର ଦେଇ ଗସ୍ତ କରି ଭବାନୀପାଟଣାରେ ରାତ୍ରଯାପନ କରିବେ । ୨୨ ତାରିଖ ଦିନ ଶ୍ରୀ ବୈଷ୍ନବ କେସିଙ୍ଗା, ଟିଟିଲାଗଡ, କଂଟାବାଜୀ, ପାଟଣାଗଡ ଦେଇ ବଲାଙ୍ଗୀରଠାରେ ପହଂଚିବେ । ୨୨ ତାରିଖ ସଂଧ୍ୟାରେ ଶ୍ରୀ ବୈଷ୍ନବ ବଲାଙ୍ଗୀରରୁ ଭୁବନେଶ୍ୱର ଫେରି ଆସି ଦିଲ୍ଲୀ ପ୍ରତ୍ୟାବର୍ତନ କରିବେ । ଏହି ଜନ ଆଶୀର୍ବାଦ ଯାତ୍ରା ଅବସରରେ କେନ୍ଦ୍ରମନ୍ତ୍ରୀ ଶ୍ରୀ ବୈଷ୍ନବ ୭ଟି ଜିଲ୍ଲା, ୬ଟି ଲୋକସଭା ଅଂଚଳରେ ୧୧୫ଟି ସ୍ଥାନରେ ଅନୁଷ୍ଠିତ ହେବାକୁ ଥିବା ସଭା ଓ କାର୍ଯ୍ୟକ୍ରମରେ ଯୋଗଦେବେ ବୋଲି ଶ୍ରୀ ମହାପାତ୍ର ସୂଚନା ଦେଇ କହିଛନ୍ତି ।
ସେହିପରି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଭୁବନେଶ୍ୱର, ଖୋର୍ଦ୍ଧା, କଟକ ଜିଲ୍ଲାର ବିଭିନ୍ନ ସ୍ଥାନ ଗସ୍ତ କରିବେ । ଅନ୍ୟତମ କେନ୍ଦ୍ରମନ୍ତ୍ରୀ ବିଶେଶ୍ୱର ଟୁଡୁ ଅସୁସ୍ଥ ଥିବା କାରଣରୁ ତାଙ୍କ କାର୍ଯ୍ୟକ୍ରମ ସ୍ଥିର ହୋଇନାହିଁ । କେନ୍ଦ୍ରମନ୍ତ୍ରୀଙ୍କ ଓଡିଶା ଗସ୍ତ କାର୍ଯ୍ୟକୁ ସୁପରିଚାଳିତ କରିବା ପାଇଁ ଏକ ଟିମ୍ ଗଠନ କରାଯାଇଛି । ଏହି ଟିମରେ ରାଜ୍ୟ ସାଧାରଣ ସଂପାଦକ ତଥା ପୂର୍ବତନ ବିଧାୟକ ରବି ନାଏକ, ଡ.ଲେଖାଶ୍ରୀ ସାମନ୍ତସିଂହାର, ରାଜ୍ୟ ସଂପାଦକ ସୀମାଂଚଳ ଖଟେଇ ପ୍ରମୁଖ ଅଛନ୍ତି ବୋଲି ଶ୍ରୀ ମହାପାତ୍ର ସୂଚନା ଦେଇଛନ୍ତି । ଆଜିର ଏହି ସାମ୍ବାଦିକ ସମ୍ମିଳନୀରେ ରାଜ୍ୟ ଗଣମାଧ୍ୟମ ମୁଖ୍ୟ ଦିଲୀପ ମଲ୍ଲିକ ଏବଂ ସୁଜିତ୍ କୁମାର ଦାସ୍