
ବିଭାଗ ଦ୍ୱାରା ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୬ ଜଣ ଥିବା ବେଳେ ନୟାଗଡ଼ ଜିଲ୍ଲାରୁ ୧୩ ଓ କଟକ ଜିଲ୍ଲାରୁ ୧୨ ଜଣ ଅଛନ୍ତି । ଏହାଛଡ଼ା ସମ୍ବଲପୁର ଜିଲ୍ଲାରୁ ୫ ଜଣ, ସୁବର୍ଣ୍ଣପୁର ଜିଲ୍ଲାରୁ ୪ ଜଣ ଓ ପୁରୀ ଜିଲ୍ଲାରୁ ୨ ଜଣଙ୍କ ପ୍ରାଣହାନି ଘଟିଛି ।
ଅପରପକ୍ଷରେ ମୟୂରଭଞ୍ଜ, ବାଲେଶ୍ୱର, ବୌଦ୍ଧ, ବରଗଡ଼, ବଲାଙ୍ଗୀର, ଦେବଗଡ଼, ଢେଙ୍କାନାଳ, ଗଜପତି, ଯାଜପୁର, କନ୍ଧମାଳ, କେନ୍ଦ୍ରାପଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ମୃତକ ରହିଛନ୍ତି ।ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ଯେ ପ୍ରତ୍ୟେକ ଦିନ ଆସୁଥିବା ମୃତ୍ୟୁ ସଂଖ୍ୟା ସେହି ନିର୍ଦିଷ୍ଟ ଦିନର ନୁହେଁ । ବିଭିନ୍ନ ସ୍ତରରେ ଅଡିଟ କରା ଯାଇ ମୃତ୍ୟୁ ସଂଖ୍ୟା ଘୋଷଣା କରା ଯାଉଥିବା ବିଭାଗ ପକ୍ଷରୁ କୁହା ଯାଇଛି ।