
ଭୁବନେଶ୍ୱର, ରାଜ୍ୟରେ କରୋନାରେ ଆଉ ୬୪ ଜଣ ରୋଗୀଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହ ରାଜ୍ୟରେ କରୋନା କାରଣରୁ ମୃତ୍ୟୁ ସଂଖ୍ୟା ବଢି ୬୮୮୭ ହୋଇ ଯାଇଛି ।
ବିଭାଗ ଦ୍ୱାରା ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୬ ଜଣ ଥିବା ବେଳେ ନୟାଗଡ଼ ଜିଲ୍ଲାରୁ ୧୩ ଓ କଟକ ଜିଲ୍ଲାରୁ ୧୨ ଜଣ ଅଛନ୍ତି । ଏହାଛଡ଼ା ସମ୍ବଲପୁର ଜିଲ୍ଲାରୁ ୫ ଜଣ, ସୁବର୍ଣ୍ଣପୁର ଜିଲ୍ଲାରୁ ୪ ଜଣ ଓ ପୁରୀ ଜିଲ୍ଲାରୁ ୨ ଜଣଙ୍କ ପ୍ରାଣହାନି ଘଟିଛି ।
ଅପରପକ୍ଷରେ ମୟୂରଭଞ୍ଜ, ବାଲେଶ୍ୱର, ବୌଦ୍ଧ, ବରଗଡ଼, ବଲାଙ୍ଗୀର, ଦେବଗଡ଼, ଢେଙ୍କାନାଳ, ଗଜପତି, ଯାଜପୁର, କନ୍ଧମାଳ, କେନ୍ଦ୍ରାପଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ମୃତକ ରହିଛନ୍ତି ।ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ଯେ ପ୍ରତ୍ୟେକ ଦିନ ଆସୁଥିବା ମୃତ୍ୟୁ ସଂଖ୍ୟା ସେହି ନିର୍ଦିଷ୍ଟ ଦିନର ନୁହେଁ । ବିଭିନ୍ନ ସ୍ତରରେ ଅଡିଟ କରା ଯାଇ ମୃତ୍ୟୁ ସଂଖ୍ୟା ଘୋଷଣା କରା ଯାଉଥିବା ବିଭାଗ ପକ୍ଷରୁ କୁହା ଯାଇଛି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO