ଆଜି ଚିହ୍ନଟ ହୋଇଥିବା ୮୬୮ ଜଣଙ୍କ ମଧ୍ୟରୁ ୫୦୭ ଜଣ ସଂଗରୋଧରୁ ହୋଇଥିବା ବେଳେ ୩୬୧ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୨୭ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଦ୍ଧାରୁ ସବୁଠାରୁ ଅଧିକ ୨୫୬ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।ସେହିଭଳି ଅନୁଗୋଳ ଜିଲ୍ଲାରୁ ୨୬, ବାଲେଶ୍ୱରରୁ ୫୨, ବରଗଡ଼ରୁ ୧୩, ଭଦ୍ରକ୍ ରୁ ୧୯, ବଲାଙ୍ଗୀରରୁ ୮, ବୌଦ୍ଧରୁ ୧, କଟକରୁ ୧୫୪, ଦେବଗଡରୁ ୬, ଢେଙ୍କାନାଳରୁ ୧୫, ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଗଜପତିଜିଲ୍ଲାରୁ ୨, ଗଞ୍ଜାମରୁ ୩ ଜଗତସିଂହପୁରରୁ ୨୩, ଯାଜପୁରରୁ ୪୫, ଝାରସୁଗୁଡାରୁ ୬, କଳାହାଣ୍ଡିରୁ ୨, କନ୍ଧମାଳରୁ ୧୨, କେନ୍ଦ୍ରାପଡ଼ାରୁ ୨୬, କେନ୍ଦୁଝରରୁ ୧୦ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଖୋର୍ଧା ଜିଲ୍ଲାରୁ ୨୫୬ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ କୋରାପୁଟରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ମାଲକାନାଗିରିରୁ ୬, ମୟୁରଭଞ୍ଜରୁ ୨୮ ଜଣ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନବରଙ୍ଗପୁରରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ନୟାଗଡରୁ ୨୧, ନୂଆପଡାରୁ ୬, ପୁରୀରୁ ୨୧, ରାୟଗଡାରୁ ୨, ସମ୍ବଲପୁରରୁ ୩୯, ସୂବର୍ଣ୍ଣପୁରରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ସୁନ୍ଦରଗଡରୁ ୧୩ ଓ ଷ୍ଟେଟପୁଲରୁ ୫୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।