
ଭୁବନେଶ୍ୱର, ରାଜ୍ୟରେ କରୋନାରେ ଆଉ ୬୬ ଜଣ ରୋଗୀଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହ ରାଜ୍ୟରେ କରୋନା କାରଣରୁ ମୃତ୍ୟୁ ସଂଖ୍ୟା ବଢି ୬୯୫୩ ହୋଇ ଯାଇଛି ।ବିଭାଗ ଦ୍ୱାରା ଦିଆ ଯାଇଥିବା ସୂଚନା ଅନୁସାରେ ସମ୍ବଲପୁର ଜିଲ୍ଲାରୁ ସର୍ବାଧିକ ୧୨ ଜଣ ଥିବା ବେଳେ କଟକ ଜିଲ୍ଲାରୁ ୮ ଜଣ ଅଛନ୍ତି । ଅନୁଗୁଳ ଜିଲ୍ଲାରୁ ୭ ଜଣ ଆକ୍ରାନ୍ତ ଅଛନ୍ତି । ଅପରପକ୍ଷରେ ଢେଙ୍କାନାଳ ଏବଂ ବାଲେଶ୍ୱର ଜିଲ୍ଲାରୁ ୫ ଜଣ ଲେଖାଏଁ ଆକ୍ରାନ୍ତଙ୍କ ପ୍ରାଣହାନି ଘଟିଛି ।
ଅପରପକ୍ଷରେ ବରଗଡ଼, ଭଦ୍ରକ, ଖୋର୍ଦ୍ଧା ଓ ଜଗତସିଂହପୁର ଜିଲ୍ଲାରୁ ୪ ଜଣ ଲେଖାଏଁ ମୃତକ ଅଛନ୍ତି । ଠିକ୍ ସେହିପରି, ଗଞ୍ଜାମ, କଳାହାଣ୍ଡି, କେନ୍ଦ୍ରାପଡ଼ା ଓ ସୁବର୍ଣ୍ଣପୁର ଜିଲ୍ଲାରୁ ୨ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କ ପରଲୋକ ଘଟିଛି । ଏଣେ ବଲାଙ୍ଗୀର, ଦେବଗଡ଼, ଯାଜପୁର, ଝାରସୁଗୁଡ଼ା ଓ ନୟାଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ମୃତକ ଥିବା ଜଣାଯାଇଛି ।ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ଯେ ପ୍ରତ୍ୟେକ ଦିନ ଆସୁଥିବା ମୃତ୍ୟୁ ସଂଖ୍ୟା ସେହି ନିର୍ଦିଷ୍ଟ ଦିନର ନୁହେଁ । ବିଭିନ୍ନ ସ୍ତରରେ ଅଡିଟ କରା ଯାଇ ମୃତ୍ୟୁ ସଂଖ୍ୟା ଘୋଷଣା କରା ଯାଉଥିବା ବିଭାଗ ପକ୍ଷରୁ କୁହା ଯାଇଛି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO