ବେଙ୍ଗାଲୁରୁ , କର୍ଣାଟକରେ ଗତ ୨୪ ଘଂଟାରେ ୧୨୯୮ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୩୨ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୨୧,୪୮୧ହୋଇଛି ।
ଆସାମରେ କରୋନାର ୭୪୧ ନୂଆ ମାମଲା
ଦିସପୁର, ଆସାମରେ ଗତ ୨୪ ଘଂଟାରେ କରୋନାର ୭୪୧ ଟି ନୂଆ ମାମଲା ସାମନାକୁ ଆସିଛି । ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢି ୭,୪୨୫ ହୋଇଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।
ଝାରଖଣ୍ଡରେ କରୋନାର ୧୫ ନୂଆ ମାମଲା
ରାଂଚି, ଝାରଖଣ୍ଡରେ କରୋନାର ୧୫ ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୧୭ ହୋଇଛି ।
