
ଭୁବନେଶ୍ୱର, ରାଜ୍ୟରେ କରୋନାରେ ଆଉ ୬୫ ଜଣ ରୋଗୀଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହ ରାଜ୍ୟରେ କରୋନା କାରଣରୁ ମୃତ୍ୟୁ ସଂଖ୍ୟା ବଢି ୭୦୮୬ ହୋଇ ଯାଇଛି । ବିଭାଗ ଦ୍ୱାରା ଦିଆ ଯାଇଥିବା ସୂଚନା ଅନୁସାରେ କଟକ ଜିଲ୍ଲାରୁ ସର୍ବାଧିକ ୧୫ ଜଣ ଥିବା ବେଳେ ଜଗତସିଂହପୁର ଜିଲ୍ଲାରୁ ୧୧ ଜଣ ଓ କେନ୍ଦ୍ରାପଡା ଜିଲ୍ଲାରୁ ୯ ଜଣ ଅଛନ୍ତି । ଢେଂକାନାଲ ଜିଲ୍ଲାରେ ୭ ଜଣ ମୃତ୍ୟୁବରଣ କରିଛନ୍ତି ।
ଅନୁଗୁଳ ଓ ବାଲେଶ୍ୱର ଜିଲ୍ଲାରୁ ୫-୫ ଜଣ ଲେଖାଏଁ,ଅଛନ୍ତି । ମୟୁରଭଂଜ ଓ ଭଦ୍ରକ ଜିଲ୍ଲାରୁ ୩ ଜଣ ଲେଖାଏଁ ରହିଥିବା ବେଳେ ପୁରୀ ଜିଲ୍ଲାରୁ ୨ ଜଣ ଅଛନ୍ତି । ସେହିପରି ଗଂଜାମ, କେନ୍ଦୁଝର, ଖୋର୍ଧା, କୋରାପୁଟ ଓ ନୟାଗଡ ଜିଲ୍ଲାରୁ ଜଣେ ଲେଖାଏଁ ମୃତକ ରହିଛନ୍ତି । ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ଯେ ପ୍ରତ୍ୟେକ ଦିନ ଆସୁଥିବା ମୃତ୍ୟୁ ସଂଖ୍ୟା ସେହି ନିର୍ଦିଷ୍ଟ ଦିନର ନୁହେଁ । ବିଭିନ୍ନ ସ୍ତରରେ ଅଡିଟ କରା ଯାଇ ମୃତ୍ୟୁ ସଂଖ୍ୟା ଘୋଷଣା କରା ଯାଉଥିବା ବିଭାଗ ପକ୍ଷରୁ କୁହା ଯାଇଛି ।
କରୋନାରେ ଆଉ ୬୫ ଜଣଙ୍କର ମୃତ୍ୟୁ
ଭୁବନେଶ୍ୱର, ରାଜ୍ୟରେ କରୋନାରେ ଆଉ ୬୫ ଜଣ ରୋଗୀଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO