
ଭୁବନେଶ୍ୱର, ରାଜ୍ୟରେ କରୋନାରେ ଆଉ ୬୮ ଜଣ ରୋଗୀଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହ ରାଜ୍ୟରେ କରୋନା କାରଣରୁ ମୃତ୍ୟୁ ସଂଖ୍ୟା ବଢି ୭,୧୫୪ ହୋଇ ଯାଇଛି । ବିଭାଗ ଦ୍ୱାରା ଦିଆ ଯାଇଥିବା ସୂଚନା ଅନୁସାରେ କଟକ ଜିଲ୍ଲାରୁ ସର୍ବାଧିକ ୧୮ ଜଣ ଥିବା ବେଳେ ଜଗତସିଂହପୁର ଜିଲ୍ଲାରୁ ୧୦ ଜଣ ଓ ଖୋର୍ଧା ଜିଲ୍ଲାରୁ ୭ ଜଣ ଅଛନ୍ତି । ଢେଂକାନାଳ ଜିଲ୍ଲାରେ ୬ ଜଣ ମୃତ୍ୟୁବରଣ କରିଛନ୍ତି ।
ସେହିପରି ଭଦ୍ରକ ଏବଂ ମୟୂରଭଞ୍ଜ ଜିଲ୍ଲାରୁ ୫ ଜଣ ଲେଖାଏଁ ଆକ୍ରାନ୍ତଙ୍କ ପ୍ରାଣହାନି ଘଟିଛି ।ଅପରପକ୍ଷରେ ଅନୁଗୁଳ ଜିଲ୍ଲାରୁ ୪ ଜଣ ମୃତକ ଅଛନ୍ତି । ଠିକ୍ ସେହିପରି, ବାଲେଶ୍ୱର, ଯାଜପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାରୁ ୩ ଜଣ କରୋନା ଆକ୍ରାନ୍ତଙ୍କ ପରଲୋକ ଘଟିଛି । ଏଣେ ଗଞ୍ଜାମ ଜିଲ୍ଲାରୁ ୨ ଜଣ, ସୁନ୍ଦରଗଡ଼ ଓ ନୟାଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ମୃତକ ଥିବା ଜଣାଯାଇଛି ।ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ଯେ ପ୍ରତ୍ୟେକ ଦିନ ଆସୁଥିବା ମୃତ୍ୟୁ ସଂଖ୍ୟା ସେହି ନିର୍ଦିଷ୍ଟ ଦିନର ନୁହେଁ । ବିଭିନ୍ନ ସ୍ତରରେ ଅଡିଟ କରା ଯାଇ ମୃତ୍ୟୁ ସଂଖ୍ୟା ଘୋଷଣା କରା ଯାଉଥିବା ବିଭାଗ ପକ୍ଷରୁ କୁହା ଯାଇଛି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO