-
ଓଡ଼ିଶାରେ ପହଂଚିଲେ ଦୁଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ଅଶ୍ୱିନୀ ବୈଷ୍ଣବ

ଭୁବନେଶ୍ୱର, ବିଜେପିର ଜନ ଆଶୀର୍ବାଦ ଯାତ୍ରାରେ ସାମିଲ୍ ହେବା ପାଇଁ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଆଜି ଓଡ଼ିଶା ଗସ୍ତରେ ଆସିଛନ୍ତି ।ଗୁରୁବାର ପୂର୍ବାହ୍ନ ୯ଟାରେ ଦୁଇ ମନ୍ତ୍ରୀ ଭୁବନେଶ୍ୱର ବିମାନବନ୍ଦରରେ ପହଂଚିିବା ପରେ ଉଭୟଙ୍କୁ ଦଳୀୟ କାର୍ଯ୍ୟକର୍ତା ମାନଙ୍କ ପକ୍ଷରୁ ବିପୁଳ ସ୍ୱାଗତ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଥିଲା । ବିମାନବନ୍ଦରରେ ଭୁବନେଶ୍ୱର ଲୋକସଭା ସଦସ୍ୟ ଅପରାଜିତା ଷଡ଼ଙ୍ଗୀଙ୍କ ସମେତ ବହୁ ବିଜେପି ନେତା ଉପସ୍ଥିତ ଥିଲେ ।
ଏହା ପରେ ମନ୍ତ୍ରୀ ମାନଙ୍କୁ ରାଜ୍ୟ ସଂଗ୍ରହାଳୟ ଛକ, ସାମନ୍ତରାପୁର ଛକ, ଲିଙ୍ଗିପୁର ଛକରେ ସମ୍ବର୍ଦ୍ଧନା ଦିଆଯାଇଛି । ଦୁଇ କେନ୍ଦ୍ର ମନ୍ତ୍ରୀଙ୍କୁ ଭୁବନେଶ୍ୱରରୁ ପୁରୀ ମଧ୍ୟରେ ବିଭିନ୍ନ ସ୍ଥାନରେ ସମ୍ବର୍ଦ୍ଧନା ଦିଆଯାଉଥିବା ଜଣାଯାଇଛି । ଏହାପରେ ଦୁଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ଅଶ୍ୱିନୀ ବୈଷ୍ଣବ ଏକ ଶୋଭାଯାତ୍ରାରେ ପୁରୀ ଅଭିମୁଖେ ଯାଇଛନ୍ତି । ଦୁଇ ମନ୍ତ୍ରୀ ଏହି ଗସ୍ତ ସମୟରେ ବକୁଳ ବନ ପରିଦର୍ଶନେ କରିଛନ୍ତି ।ଆଜିଠାରୁ ୨୨ ତାରିଖ ପର୍ଯ୍ୟନ୍ତ ଦୁଇ କେନ୍ଦ୍ରମନ୍ତ୍ରୀଙ୍କ ଗସ୍ତ କାର୍ଯ୍ୟକ୍ରମ ରହିଛି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO